ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆଜିଠୁ ରାଜ୍ୟରେ ବର୍ଷା ଜାରି ରହିବ। ଏନେଇ ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି। କହିଛନ୍ତି ଯେ, ଆସନ୍ତା ୨୮ତାରିଖର ଲଘୁଚାପ କ୍ଷେତ୍ର ଯୋଗୁଁ ରାଜ୍ୟର ଅଧିକାଂଶ ସ୍ଥାନରେ ଅଗଷ୍ଟ ଶେଷ ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ଉଣା ଅଧିକ ବର୍ଷା ଜାରି ରହିବ। ଆଜିଠୁ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରତିଦିନ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ୩୦ ଓ ୩୧ରେ ଅପେକ୍ଷାକୃତ ଅଧିକ ବର୍ଷା ହୋଇପାରେ। ଅଗଷ୍ଟ ୩୧ ପର୍ଯ୍ୟନ୍ତ ରାଜ୍ୟରେ ସମୁଦାୟ ବର୍ଷା ୯୦ରୁ ୧୦୦ମିମି ହୋଇପାରେ। ସେହିପରି ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏନେଇ ୯ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ମୁଖ୍ୟତଃ କନ୍ଧମାଳ ନୟାଗଡ, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, କେଉଁଝର, ମୟୂରଭଞ୍ଜ ବାଲେଶ୍ୱର ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।






More Stories
ନିପାକୁ ପାଇଁ ଆତଙ୍କୀତ ହୁଅନ୍ତୁନି…..
ବିଜେଡିରୁ ଗଣେଶ୍ବର ବରାଳ ନିଲମ୍ବିତ…..
ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବଢ଼ିଲା ଇଣ୍ଟରନେଟ୍ କଟକଣା……