ରିପୋର୍ଟ କାର୍ଡ / କଟକ
ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ୍ ପ୍ରଦାନ କଲେ ହାଇକୋର୍ଟ । ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ଆକାଶ ପାଠକଙ୍କୁ ଲକ୍ଷାଧିକ ଟଙ୍କା ଠକିଥିବା ଅଭିଯୋଗରେ କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ ହୋଇଥିଲେ | କିଛି ଦିନ ତଳେ ଆକଶଙ୍କ ବାପା ଓ ଭାବି ଶ୍ୱଶୁର ଜାମିନ ପାଇ ଜେଲ୍ରୁ ମୁକୁଳି ସାରିଥିବା ବେଳେ ଏବେ ଆକାଶଙ୍କୁ ମିଳିଛି ଜାମିନ।ଏବେ ବି ଆକାଶଙ୍କ ନାଁରେ ରୁଜୁ ହୋଇଥିବା ବହୁ ମାମଲାର ଶୁଣାଣି ଚାଲିଥିବା ବେଳେ ସେଥିରୁ ସେ ବାହାରି ପାରି ନାହାନ୍ତି। ବୈଦ୍ୟନାଥପୁର ଥାନାରେ ରୁଜୁ ହୋଇଥିବା ମାମଲାରେ ଆକାଶଙ୍କୁ ଜାମିନ ମିଳିଛି। ଏହି ମାମଲାରେ ଆକାଶଙ୍କ ବାପା ଅଭୟକାନ୍ତ ପାଠକ ଓ ଭାବି ଶ୍ୱଶୁର ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ପୂର୍ବରୁ ଉଭୟଙ୍କୁ ଜାମିନ ମିଳି ସାରିଥିବା ବେଳେ ଆଜି ଆକାଶଙ୍କୁ ମିଳିଲା ଜାମିନ। ସୂଚନା ଅନୁସରେ- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତ ନଭେମ୍ବର ମାସ ୨୭ ତାରିଖରେ ଅଭୟକାନ୍ତ ପାଠକ ଗିରଫ ହୋଇଥିଲେ । ହାଇକୋର୍ଟ ତାଙ୍କୁ ମଧ୍ୟ ସର୍ତ୍ତମୂଳକ ଜାମିନ୍ ପ୍ରଦାନ କରିଥିଲେ । ୨ ଲକ୍ଷ ଟଙ୍କାର ୨ ଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ଜାମିନ୍ ପ୍ରଦାନ କରିଥିଲେ । ଫଳରେ ସେ ଦୀର୍ଘ ୬ମାସ ପରେ ଜେଲ୍ରୁ ମୁକୁଳିଥିଲେ । ତାଙ୍କ ବିରୋଧରେ ଥିବା ସମସ୍ତ ୩ ମାମଲାରେ ସେ ଜାମିନ୍ ପାଇବା ପରେ ଜେଲ୍ରୁ ମୁକୁଳିଥିଲେ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ଆଇଏଫଏସ ଅଭୟ ପାଠକଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ପରେ ତାଙ୍କ ପୁଅ ଆକାଶଙ୍କ କେଳେଙ୍କାରୀ ଧରାପଡିଯାଇଥିଲା । ଟାଟା କମ୍ପାନୀରେ ଚାକିରୀ କରାଇଦେବା ନାଁରେ ଠକେଇ ଅଭିଯୋଗରେ ଆକାଶଙ୍କୁ ମଧ୍ୟ ଭିଜିଲାନ୍ସ ଗିରଫ କରିଥିଲା । ଏବେ ତାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ପାଠକ ବାପା-ପୁଅଙ୍କ ସହ ଲିଙ୍କ୍ ଅଭିଯୋଗରେ ଗିରଫ ହୋଇଥିବା ବିଧାୟକ ପ୍ରଦୀପ ପାଣିଗ୍ରାହୀ ମଧ୍ୟ ଜେଲ୍କୁ ମୁକୁଳିସାରିଛନ୍ତି ।
More Stories
କୁଖ୍ୟାତ ଅପରାଧୀଙ୍କୁ ତଡିପାର କରାଯିବ…..
ଆୟୁଷ୍ମାନ ଭାରତକୁ ନେଇ ବଡ଼ ଘୋଷଣା….
ଗୋପାଳପୁର ବନ୍ଦ ଗଲା ଆଦାନୀ ଗ୍ରୁପକୁ…..