Report Card Odisha

| Daily Odia News

ପିଏମ କିଷାନ ଯୋଜନାରେ ଲାଭ ପାଇବେ ଓଡିଶାର ସମସ୍ତ ଯୋଗ୍ୟ ଚାଷୀ …..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡିଶାର ସମସ୍ତ ଯୋଗ୍ୟ ଚାଷୀ ପିଏମ କିଷାନ ନିଧି ସମ୍ମାନ ଯୋଜନାର ଲାଭ ପାଇବା ନେଇ ତୁରନ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିବା ଟ୍ୱିଟ୍ କରି କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ସୂଚନା ଦେଇଛନ୍ତି। ସମସ୍ତ ଯୋଗ୍ୟ ଚାଷୀଙ୍କୁ ପିଏମ୍ କିଷାନରେ ସାମିଲ ପାଇଁ ଧର୍ମେନ୍ଦ୍ର ପ୍ରଧାନ ଦାବି କରିଥିଲେ। ଏନେଇ କୃଷି ମନ୍ତ୍ରୀ ତୋମାରଙ୍କୁ ଚିଠି ଲେଖି ଧର୍ମେନ୍ଦ୍ର ନିବେଦନ କରିଥିଲେ। ଓଡ଼ିଶା ଚାଷୀଙ୍କ ସ୍ୱାର୍ଥ ପାଇଁ ତୋମାରଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଥିଲେ। ଧର୍ମେନ୍ଦ୍ରଙ୍କ ଚିଠି ପାଇବା କ୍ଷଣି ତୋମାର ତତକ୍ଷଣାତ୍ ପଦକ୍ଷେପ ନେଇଥିଲେ। ଏନେଇ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ତୋମାର କହିଛନ୍ତି। ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ଲାଭ ରାଜ୍ୟର ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କୁ କିପରି ମିଳିପାରିବ ସେ ନେଇ ରାଜ୍ୟ ସରକାର ଓ ବିଭାଗୀୟ ମନ୍ତ୍ରଣାଳୟ ମଧ୍ୟରେ ଏକ ବୈଠକ ଡ଼କାଯାଉ। ଏହି ପ୍ରସଙ୍ଗରେ କେନ୍ଦ୍ର କୃଷି ଶ୍ରୀ ତୋମାରଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ ଚିଠି ଲେଖିଥିଲେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ। ଉକ୍ତ ଚିଠିରେ ରାଜ୍ୟ ସରକାରଙ୍କୁ ଅତିରିକ୍ତ ବଲ୍କ ୱିଣ୍ଡୋ କ୍ଲିୟରାନ୍ସ କରିବା ପାଇଁ ଅନୁମତି ଦିଆଯାଉ ବୋ କୁହାଯାଇଥିଲା। ଯାହା ଦ୍ୱାରା ହିତାଧିକାରୀଙ୍କ ସ୍ଥଗିତ ଥିବା କିସ୍ତି ଟଙ୍କାକୁ ଠିକ କରାଯାଇ ତୁରନ୍ତ ବ୍ୟାଙ୍କ ଖାତାକୁ ପଠାଯାଇପାରିବ ବୋଲି ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଥିଲେ। କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ତୋମାରଙ୍କୁ ଚିଠି ଲେଖି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆହୁରି ମଧ୍ୟ ଲେଖିଥିଲେ, ପ୍ରତିଥର ପିଏମ୍‌ କିଷାନରେ କିସ୍ତି ଦିଆଯିବା ପୂର୍ବରୁ ରାଜ୍ୟମାନଙ୍କ ପାଇଁ କିଛି ପରିବର୍ତ୍ତନ କରିବା କାରଣରୁ ପିଏମ୍‌ କିଷାନ ହିତାଧିକାରୀଙ୍କ ତଥ୍ୟ ଖୋଲାଯାଏ। ଓଡ଼ିଶା ସରକାର ଚାଷୀଙ୍କ ପ୍ରକୃତ ଯାଞ୍ଚ କରିବା ପାଇଁ ପାଖାପାଖି ୧୪.୫ ଲକ୍ଷ ଚାଷୀଙ୍କ କିସ୍ତି ନଦେବା ପାଇଁ ନିଦ୍ଦେର୍ଶଜାରୀ କରିଥିଲେ। ଯାହା ଭାରତର ଅନ୍ୟ ରାଜ୍ୟମାନଙ୍କ ତୁଳନାରେ ଅସାଧାରଣ। ଏହା ଦ୍ୱାରା ଓଡ଼ିଶାରେ କେବଳ ୨୩ ଲକ୍ଷ ଚାଷୀ ପିଏମ୍‌ କିଷାନ ହିତାଧିକାରୀ ଲାଭ ପାଇପାରିଥିଲେ। ଗତ ୧ ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଓଡ଼ିଶାରେ ପିଏମ୍‌ କିଷାନରେ ପଞ୍ଜିକୃତ ସମସ୍ତ ଓଡ଼ିଆ ଚାଷୀ ଯେପରି ଭାବରେ ଏହାର ଲାଭ ପାଇପାରିବେ ସେ ନେଇ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ ଅନୁରୋଧ କରିଥିଲେ। ରାଜ୍ୟ ସରକାରଙ୍କ ଅଧିକାରୀ ତଥା ପ୍ରଶାସନ ଦ୍ୱାରା ଆବଶ୍ୟକୀୟ ପ୍ରକ୍ରିୟାକୁ ଅନୁପାଳନ ନକରିବା ଯୋଗୁ ପିଏମ କିଷାନ ଯୋଜନାରେ ଅନ୍ତର୍ଭୃକ୍ତ ଓଡ଼ିଶାର ଚାଷୀ ଲାଭ ପାଇପାରୁନାହାନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ମତପ୍ରକାଶ କରିଥିଲେ।

Breaking News