Report Card Odisha

| Daily Odia News

ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ,ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତା ୧୯ ତାରିଖରୁ ରାଜ୍ୟରେ ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ କରିବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଛାତ୍ରଛାତ୍ରୀମାନଙ୍କ ପଢିବା ପାଇଁ ଅନଲାଇନ୍‌ କ୍ଲାସ୍‌ ଆରମ୍ଭ ହେବ। ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ମଧ୍ୟ ବାତିଲ କରାଯାଇଛି । ଏ ନେଇ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁ । ଏହା ସହିତ ଏପ୍ରିଲ ୧୯ ତାରିଖ ସୁଦ୍ଧା ହଷ୍ଟେଲ ଖାଲି କରିବାକୁ ଛାତ୍ରଛାତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପକ ଭାବେ ବୃଦ୍ଧି ପାଉଥିବାରୁ ଏଭଳି ପଦକ୍ଷେପ ନେଇଛି ଉଚ୍ଚ ଶିକ୍ଷା ବିଭାଗ । ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ଭବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀ ରହୁଥିବା ହଷ୍ଟେଲଗୁଡିକ ମଧ୍ୟ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏପ୍ରିଲ ୧୯ ତାରିଖ ଅର୍ଥାତ ସୋମବାର ସୁଦ୍ଧା ହଷ୍ଟେଲ ଖାଲି କରିବାକୁ ଛାତ୍ରଛାତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଗାମୀ ପଦକ୍ଷେପ ଗ୍ରହଣ କରାଯିବ । କେବେ କ୍ଲାସ୍‌ ଆରମ୍ଭ ହେବ ଏବଂ ହେବାକୁ ଥିବା ପରୀକ୍ଷା କେବେ ହେବ ସେ ନେଇ ନିଷ୍ପତ୍ତି ନେବେ ଉଚ୍ଚ ଶିକ୍ଷା​‌ ବିଭାଗ । ଏହା ସହିତ ଆସନ୍ତା ୧୯ ତାରିଖରୁ ରାଜ୍ୟର ସମସ୍ତ ସ୍ପୋର୍ଟ୍ସ ହଷ୍ଟେଲ ବନ୍ଦ କରିବାକୁ ଘୋଷଣା କରାଯାଇଛି |

Breaking News