ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୧ ତାରିଖରୁ ଅର୍ଥାତ ଆସନ୍ତାକାଲି ଶୀତ ଅଧିବେଶନ ଆରମ୍ଭ ହେବ। ଡିସେମ୍ବର ୩୦ ତାରିଖ ଯାଏ ଏହି ଅଧିବେଶନ ଚାଲିବାକୁ ଥିବାବେଳେ ମୋଟ୍ ୩୦ଟି କାର୍ଯ୍ୟ ଦିବସ ରହିଛି। ଆସନ୍ତା ଅଧିବେଶନ ଯେପରି ସୁରଖୁରରେ ଚାଲିବ ସେନେଇ ବାଚସ୍ପତି ପ୍ରମିଳା ମଲ୍ଲିକ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି। ବିଧାନସଭାରେ ଶାସକ ଦଳକୁ ବିଭିନ୍ନ ପ୍ରସଙ୍ଗରେ ଘେରିବା ପାଇଁ ବିରୋଧୀ ବିଜେପି ଓ କଂଗ୍ରେସ ପକ୍ଷରୁ ରଣନୀତି ପ୍ରସ୍ତୁତ ହେଉଛି। ସୋମବାର ଅପରାହ୍ନରେ ବିଜେପି ବିଧାୟକ ଦଳ ବୈଠକ ବସିବ ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ରାଜ୍ୟ କାର୍ଯ୍ୟାଳୟରେ ବସିବାକୁ ଥିବା ଏହି ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବିଜେପି ବିଧାୟକମାନେ ଉପସ୍ଥିତ ରହିବେ। ସେହିପରି କଂଗ୍ରେସ ବିଧାୟକ ଦଳ ବୈଠକ ମଙ୍ଗଳବାର ମଧ୍ୟାହ୍ନରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ବିଧାନସଭା ପରିସରସ୍ଥିତ ପ୍ରକୋଷ୍ଠରେ ବସିବ ବୋଲି ଜଣାପଡ଼ିଛି।






More Stories
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..
୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..