ରିପୋର୍ଟ କାର୍ଡ / ଭୁବନେଶ୍ବର
ଜୁଲାଇ ୨ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ | ଏହା ପୂର୍ବରୁ ୨୯ ତାରିଖରେ ବସିବ ସର୍ବଦଳୀୟ ବୈଠକ। ବିଧାନସଭା ନିୟୁ କନଭେନସନ ହଲରେ ଦିନ ସାଢେ ୧୧ଟାରେ ବୈଠକ ବସିବ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏ ନେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି । ସେପଟେ ଆସନ୍ତା ୨ ତାରିଖରେ ବିଜେଡି ବିଧାୟକ ଦଳ ବୈଠକ ବସିବା ନେଇ ସୂଚନା। ଉଲ୍ଲେଖଯୋଗ୍ୟ ଯେ, ଜୁଲାଇ ୨ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ । ମୌସୁମୀ ଅଧିବେଶନ ଅଗଷ୍ଟ ୪ ତାରିଖ ଯାଏଁ ଜାରି ରହିବ । ଚଳିତ ମୌସୁମୀ ଅଧିବେଶନରେ ସମୁଦାୟ ୨୪ଟି କାର୍ଯ୍ୟ ଦିବସ ରହିଛି । ଅଧିବେଶନର ପ୍ରଥମ ଦିନରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହେବ। ଗୃହରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ କରିବେ । ଜୁଲାଇ ୩୦ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ କରିବେ ସରକାର ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..