ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆସନ୍ତା ନଭେମ୍ବର ୧୦ ତାରିଖ ଯାଏ ଦିଲ୍ଲୀରେ ସ୍କୁଲ ବନ୍ଦ ଘୋଷଣା କରାଯାଇଛି। ପ୍ରଥମରୁ ୫ମ ଯାଏଁ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ୬ରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲକୁ କୌଣସି ନିର୍ଦ୍ଦେଶ ଦିଆଯାଇ ନାହିଁ। କିନ୍ତୁ ବିକଳ୍ପ ଦିଆଯାଇଛି ଯେ ଯଦି ସେ ଚାହାଁନ୍ତି, ତେବେ ଅନଲାଇନ୍ କ୍ଲାସ୍ କରିପାରିବେ। ଦିଲ୍ଲୀ ଶିକ୍ଷା ମନ୍ତ୍ରୀ ଅତିଶି ଏ ବିଷୟରେ ସୂଚନା ଦେଇଛନ୍ତି। ଦିଲ୍ଲୀରେ ପ୍ରଦୂଷଣ ବୃଦ୍ଧି ହେତୁ ନଭେମ୍ବର ୫ ପର୍ଯ୍ୟନ୍ତ ପଞ୍ଚମ ଶ୍ରେଣୀ ଯାଏ ସମସ୍ତ ସ୍କୁଲ ବନ୍ଦ ରହିଥିଲା। ବର୍ତ୍ତମାନ ଏହାକୁ ୧୦ ନଭେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଦିଲ୍ଲୀରେ ବାୟୁ ପ୍ରଦୂଷଣ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଦିଲ୍ଲୀ-ଏନସିଆରର ଅନେକ ସ୍ଥାନରେ ଏୟାର କ୍ୱାଲିଟି ଇଣ୍ଡେକ୍ସ (AQI) ତଥା ବାୟୁର ମାନକ ୪୫୦ ଅତିକ୍ରମ କରିଛି।






More Stories
୧୫ ନବଜାତ ଜୀବନ୍ତ ଦଗ୍ଧ……
ସ୍ବାଇନ ଫ୍ଲୁ ସଂକ୍ରମଣ ; ସବୁ ସ୍କୁଲକୁ ସତର୍କତା ଜାରି…..
ଆଉ ଭାରୀ କାର୍ଯ୍ୟଭାର ସମ୍ଭାଳି ପାରିବି ନାହିଁ…..