ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ସମସ୍ତ ନଦୀରେ ଜଳପତନ ବର୍ତ୍ତମାନ ବିପଦ ସଂକେତଠାରୁ ତଳେ ରହିଥିବା ନେଇ ସୂଚନା ଦେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଯେ,କେବଳ ଜଳକା, ଋଷିକୂଲ୍ୟା ଏବଂ ବଂଶଧାରା ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ନଦୀଗୁଡ଼ିକର ଜଳସ୍ତର ଉପରେ ସରକାର ନିରନ୍ତର ନଜର ରଖିଛନ୍ତି। ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣରେ ଥିବାବେଳେ ଯେକୌଣସି ଆପାତକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଓଡ୍ରାଫ୍, ଏନ୍ଡିଆରଏଫ୍ ଓ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖାଯାଇଛି।ସେହିପରି ଗ୍ରାଉଣ୍ଡରେ ବିଭାଗୀୟ କର୍ମଚାରୀମାନେ ସକ୍ରିୟ ଭାବେ ନିୟୋଜିତ ଅଛନ୍ତି। ସମ୍ଭାବ୍ୟ କ୍ଷୟକ୍ଷତିର ଆକଳନ ଓ ବଣ୍ଟନ ସମ୍ପର୍କିତ କାର୍ଯ୍ୟରେ ସେମାନେ ନିୟୋଜିତ ଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..