ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ଜାରି ଅଫିସ ଅର୍ଡର ନମ୍ବର ୧୦୩୩୧/୧୮ା୮ା ୨୦୨୬ ଅନୁଯାୟୀ, ଜିଲାର ସମସ୍ତ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏହି ନିର୍ଦ୍ଦେଶ ସରକାରୀ, ସରକାରୀ ସହାୟତାପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନ ସମେତ କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏବଂ ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ ପାଇଁ ମଧ୍ୟ ଲାଗୁ ହେବ। ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ଲଗାଣ ବର୍ଷାଜନିତ ସମ୍ଭାବ୍ୟ ସମସ୍ୟାକୁ ନଜରରେ ରଖି ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏହି ଛୁଟି ଘୋଷଣା କରାଯାଇଛି।






More Stories
ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ହାଣିଲେ ପ୍ରେମିକ…..
ପୁଣି ସୃଷ୍ଟି ହେବ ଲଘୁଚାପ…..
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..