ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଶୁଭାରମ୍ଭ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିବେ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ପଞ୍ଚାୟତ ସ୍ତରରେ ଥିବା ଜନପ୍ରତିନିଧିଙ୍କ ସହ ସିଧାସଳଖ କଥା ହେବେ ମୁଖ୍ୟମନ୍ତ୍ରୀ । ଏହି ଯୋଜନା ମାଧ୍ୟମରେ ବଦଳିବ ଗାଁର ଚିତ୍ର । ପ୍ରତି ଗାଁରେ ଥିବା ଐତିହ୍ୟର ପ୍ରତିଛବି ବଦଳିବ ।ଏହା ସହିତ ପଞ୍ଚାୟତ ସ୍ତରରେ ବିଭିନ୍ନ ପ୍ରକଳ୍ପରୁ ଅନୁମୋଦନ ଦେବେ ନବୀନ । ପ୍ରଥମ ପର୍ଯ୍ୟାୟରେ କେନ୍ଦୁଝର ଓ ଭଦ୍ରକ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ହେବ । ଏଥିପାଇଁ ୨୫୭ କୋଟି ଟଙ୍କା ଖର୍ଚ୍ଚ ହେବ । ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନାରେ ପ୍ରଥମେ ଏହି ଦୁଇଟି ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ହେବ । ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ କୁ ନେଇ ଭୁବନେଶ୍ୱର ସଂସଦ ଅପରାଜିତା ଷଡ଼ଙ୍ଗୀ ହାସ୍ୟସପଦ ବୋଲି କହିଛନ୍ତି | ନୂଆ ବୋତଲ ପୁରୁଣା ମଦ କହି ସମାଲୋଚନା କରିଛନ୍ତି ଅପରାଜିତା |






More Stories
ବିରୋଧୀଙ୍କ ମୌନ ପ୍ରତିବାଦ……
ବରଗଡ ଧନୁଯାତ୍ରା ପାଇଁ ୧ କୋଟି…..
ମା’ର ହତ୍ୟା ଦେଖିଦେବାରୁ ଭାଣିଜୀକୁ ମାରିଦେଲେ…..