ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କାବୁଲରେ ଆତ୍ମଘାତୀ ବିସ୍ଫୋରଣରେ ୧୩ ଆମେରିକୀୟ ଯବାନ ସହିଦ ହୋଇଛନ୍ତି । ଏ ଭଳି ଘଟଣା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ବଡ ଆଘାତ ଲାଗିଛି | ରାଷ୍ଟ୍ରପତି ଜୋ ବାଇଡେନ ସ୍ପଷ୍ଟ କରିଛନ୍ତି ଯେ ଆମେ ଆପଣଙ୍କୁ କ୍ଷମା କରିବୁ ନାହିଁ, ଆମେ ଆପଣଙ୍କୁ ପାଇବୁ ଏବଂ ଦଣ୍ଡ ଦେବୁ । ସେ ଏହା ମଧ୍ୟ କହିଛନ୍ତି ଯେ ଆମର ମିଶନ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ । ଏହି ସମୟରେ, ସହିଦଙ୍କୁ ସମ୍ମାନ ଜଣାଇ ଆମେରିକାର ଜାତୀୟ ପତାକା ଅର୍ଦ୍ଧନିମିତ ହୋଇ ରହବି । ହ୍ୱାଇଟ ହାଉସରୁ ମିଳିଥିବା ସୂଚନା ଅନୁଯାୟୀ, ଆମେରିକାର ଜାତୀୟ ପତାକା ଅଗଷ୍ଟ ୩୦ ସନ୍ଧ୍ୟା ପର୍ଯ୍ୟନ୍ତ ଅଧା ନଇଁ ରହିବ । ସୂଚନାଯୋଗ୍ୟ, କାବୁଲ ବିମାନବନ୍ଦରରେ ହୋଇଥିବା ବିସ୍ଫୋରଣରେ ୧୩ ଜଣ ଆମେରିକୀୟ ସୈନିକ ପ୍ରାଣ ହରାଇଥିବାବେଳେ ଏଥିରେ ୧୮ ରୁ ଅଧିକ ସୈନିକ ଆହତ ହୋଇଛନ୍ତି।
Discussion about this post