ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ଭୁବନେଶ୍ୱରରେ ୫୯ତମ ସର୍ବଭାରତୀୟ ପୋଲିସ ଡିଜି-ଆଇଜି ସମ୍ମିଳନୀ ଆୟୋଜିତ ହେଉଛି। ଏଥିରେ ସାରା ଦେଶର ଡିଜିପି-ଆଇଜିପି ଯୋଗ ଦେଇଛନ୍ତି। ଲୋକସେବା ଭବନରେ ସମ୍ମିଳନୀକୁ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉଦ୍ଘାଟନ କରିଛନ୍ତି। ୩ ଦିନ ଧରି ଏହି ସମ୍ମିଳନୀ ଚାଲିବ। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ ଉପସ୍ଥିତ ଅଛନ୍ତି । ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ସମ୍ମିଳନୀରେ ବିଚାରବିମର୍ଶ ହେବ। ଆଜିଠୁ ଭୁବନେଶ୍ୱରରେ ୫୯ତମ ସର୍ବଭାରତୀୟ ପୋଲିସ ଡିଜି-ଆଇଜି ସମ୍ମିଳନୀ ଆୟୋଜିତ ହେଉଛି। ପ୍ରଥମ ଥର ପାଇଁ ଓଡ଼ିଶାରେ ଏହା ଆୟୋଜିତ ହେଉଛି। ଭାରତର ସୁରକ୍ଷା ବ୍ୟବସ୍ଥା ଉପରେ ଏହି ସମ୍ମିଳନୀରେ ଚର୍ଚ୍ଚା ଓ ଆଲୋଚନା ହେବ। କାର୍ଯ୍ୟକ୍ରମରେ ସମସ୍ତ ରାଜ୍ୟର ଡିଜିପି, ଆଇଜିପି ଓ ବିଭିନ୍ନ ସୁରକ୍ଷା ବଳର ମୁଖ୍ୟ ଯୋଗ ଦେଉଛନ୍ତି। ରାତି ୮ଟା ପର୍ଯ୍ୟନ୍ତ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କରାଯିବ। ବୈଠକ ସରିବା ପରେ ଶ୍ରୀ ଶାହ ଆଇପିଏସ୍ ମେସ୍କୁ ଯାଇ ରାତ୍ରିଯାପନ କରିବେ ବୋଲି ସୂଚନା ମିଳିଛି। ଏହି ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ନ ୪ଟା ୨୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ଥିଲେ | ଡିଜିପି ସମ୍ମିଳନୀ ପାଇଁ କମିସନରେଟ ପୋଲିସ ପକ୍ଷରୁ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସହରର ମୁଖ୍ୟ ଛକଗୁଡ଼ିକରେ ବିଏସ୍ଏଫ୍, ସିଆରପିଏଫ୍ ଯବାନଙ୍କ ସମେତ ସୁରକ୍ଷାବାହିନୀର ଅନ୍ୟ କର୍ମଚାରୀ ମୁତୟନ ହୋଇଛନ୍ତି। ମୋଦୀଙ୍କ ଗସ୍ତକୁ ନେଇ ଭୁବନେଶ୍ୱରର ବିଭିନ୍ନ ରୁଟ୍ରେ ଟ୍ରାଫିକ କଟକଣା କରାଯାଇଛି।
More Stories
ଶ୍ରୀମନ୍ଦିରରେ ହେବନି ଧାଡି ଦର୍ଶନ ଟ୍ରାଏଲ୍ ରନ୍…..
ଚାଷୀଙ୍କୁ ହଇରାଣ କଲେ ହେବ କାର୍ଯ୍ୟାନୁଷ୍ଠାନ…..
ନବୀନଙ୍କ ଭିଡିଓ ବାର୍ତ୍ତାକୁ ସମାଲୋଚନା କଲା ବିଜେପି…..