ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ନିର୍ବାଚନୀ ପ୍ରଚାର ପାଇଁ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ବିଜେପି ଚାଣକ୍ୟ ତଥା କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହ ଓ କଂଗ୍ରେସ ନେତା ରାହୁଲ ଗାନ୍ଧି ଆସୁଛନ୍ତି । ଆଜି ବଲାଙ୍ଗିର ଗସ୍ତରେ ଆସିବେ କଂଗ୍ରେସର ଷ୍ଟାର କ୍ୟାମ୍ପେନର ରାହୁଲ ଗାନ୍ଧି। ରାହୁଲ ଗାନ୍ଧି ପୂର୍ବାହ୍ନ ୧୧ଟାରେ ଭୁବନେଶ୍ୱରରେ ପହଂଚି ସିଧାସଳଖ ବଲାଙ୍ଗିର ଯିବେ। ସେଠାରେ ନିର୍ବାଚନୀ ସଭା ଓ ବାଇକ ରାଲିରେ ସାମିଲ ହୋଇ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି। ବଲାଙ୍ଗିର ବିଧାନସଭା ପ୍ରାର୍ଥୀ ସମରେନ୍ଦ୍ର ମିଶ୍ରଙ୍କ ପାଇଁ ରାହୁଲ ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ଜଣାପଡ଼ିଛି। ସେହିପରି ଆଜି ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଆଜି ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ବିମାନବନ୍ଦରରୁ ସ୍ୱତନ୍ତ୍ର ବିମାନ ଯୋଗେ ଅପରାହ୍ନ ଗୋଟାଏ ୩୦ ମିନିଟରେ ଗଂଜାମ ଜିଲ୍ଲାର ସୋରଡ଼ାରେ ପହଞ୍ଚିବେ। ସେଠାରେ ସେ ଦଳୀୟ ନିର୍ବାଚନୀ କାର୍ଯ୍ୟକ୍ରମରେ ଯୋଗଦେବା ସହ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ।ଅପରାହ୍ନ ୩ଟା ୩୦ ମିନିଟରେ ବୌଦ୍ଧରେ ପହଞ୍ଚି ଦଳୀୟ ସମାବେଶରେ ଯୋଗଦେବେ। ସେଠାରୁ ଫେରି ସନ୍ଧ୍ୟା ୬ଟାରେ କଟକରେ ଏକ ବିଶାଳ ରୋଡ ଶୋ’ରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏଥିପାଇଁ କଟକ ବାଲିଯାତ୍ରା ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡ୍ ସହ ଶାହଙ୍କ ରୋଡ୍ ଶୋ’ ହେବାକୁ ଥିବା ରାସ୍ତାରେ ପୋଲିସ ପକ୍ଷରୁ ରିହରର୍ସଲ କରାଯାଇଛି। ସେହିପରି ଗୁରୁବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଓଡ଼ିଶା ଆସିବେ ବୋଲି ଜଣାପଡ଼ିଛି ।
More Stories
ମାନ୍ନାପୁରମ୍ ରୁ ଲୁଟ୍ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ…..
ତୁମ ବାପା ମୋ ସହ କାମ କରିଛନ୍ତି,ଚୁପ୍ ହୋଇ ନିଜ ଜାଗାରେ ବସ….
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ…..