ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ରନ୍ତ୍ରୀ ଅମିତ ଶାହା। ଆସନ୍ତା ୨୨ରେ ଦୁଇ ଦିନିଆ ଓଡ଼ିଶା ଗସ୍ତର ଆସିବେ। ବିଭିନ୍ନ ସରକାରି ପ୍ରକଳ୍ପର ଶିଳାନ୍ୟାସରେ ଯୋଗଦେବେ। ଅନ୍ୟପକ୍ଷେ, ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସିବେ । ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ନୟାଗଡ଼ ଜିଲ୍ଲାପାଳ ଓ ଏସ୍ପି ସ୍ଥିତି ସମୀକ୍ଷା କରିଛନ୍ତି। ସୂଚନା ମୁତାବକ, ରାଷ୍ଟ୍ରପତି ୨୪ ତାରିଖ ଦିନ ମଧ୍ୟାନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ। ସେଠାରେ ପୂଜାଚ୍ଚନା କରିବା ପରେ ଅନ୍ୟ କାର୍ଯ୍ୟକ୍ରମ ଯୋଗଦେବେ । ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି।
More Stories
ହଟିଲା ବିଧାନସଭାରେ ସାମ୍ବାଦିକଙ୍କ ଉପରେ ଲାଗିଥିବା କଟକଣା……
ହୋଲି ପାଇଁ ଆସିଲା ଗାଇଡ୍ଲାଇନ୍…..
ଖୁବ୍ ଶୀଘ୍ର ମିଳିବ ଗହମ: ମନ୍ତ୍ରୀ……