ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ରାତି ୧୦ଟା ୪୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଶନିବାର ଶାହଙ୍କର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ରହିଛି। ଜାତୀୟ ରାଜପଥ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହାସହ ନକ୍ସଲ୍ ଦମନ ଓ ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ। ଏହାପରେ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରିବେ। ଯେଉଁଠି ଦଳୀୟ ସଂଗଠନର ସ୍ଥିତି ଓ ପୂର୍ବରୁ ଦିଆଯାଇଥିବା ଟାସ୍କ କେତେ ଦୂର କାର୍ଯ୍ୟକାରୀ ହୋଇଛି ସେ ସଂପର୍କରେ ସମୀକ୍ଷା କରିବେ ଶାହ।






More Stories
ଗଡ଼ିଲା ପୁରୀ-କୋରାପୁଟ ଏକ୍ସପ୍ରେସ…..
ଆଜି ଠାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିଦେଶ ଗସ୍ତ…..
ଏଣିକି ବର୍ଷକୁ ୪ଟି ପରୀକ୍ଷା…..