ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଜି ସକାଳ ୯ଟା ୪୫ ମିନିଟ୍ ସମୟରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ପହଞ୍ଚି ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଥିଲେ। ସେଠାରେ ସେ ଜଳାଭିଷେକ ମଧ୍ୟ କରିଥିବା ସୂଚନା ରହିଛି।ଏହାପରେ ଶ୍ରୀ ଶାହ ବେଢ଼ା ପରିକ୍ରମା କରିବା ସହ ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି। ଶ୍ରୀଲିଙ୍ଗରାଜ ମନ୍ଦିରରେ ସେ ପ୍ରାୟ ୨୦ ମିନିଟ୍ ଅତିବାହିତ କରିଥିଲେ। ଏହାପରେ ମନ୍ଦିିରର ଦଶନାର୍ଥୀ ଖାତାରେ ସ୍ବାକ୍ଷର କରି ମନ୍ଦିରରୁ ବାହାରିଥିଲେ। ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ଲୋକସଭା ସଦସ୍ୟ ଅପରାଜିତା ଷଡ଼ଙ୍ଗୀ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ରାଷ୍ଟ୍ରୀୟ ପ୍ରବକ୍ତା ଡାକ୍ତର ସମ୍ବିତ ପାତ୍ର ଓ ଜିଲ୍ଲା ବିଜେପି ସଭାପତି ବାବୁ ସିଂହ ପ୍ରମୁଖ ଉପସ୍ଥିତ ଥିଲେ। ସ୍ବରାଷ୍ଟ୍ର ମନ୍ତ୍ରୀ ହେବା ପରେ ଅମିତ ଶାହ ପ୍ରଥମ ଥର ଲାଗି ଶ୍ରୀଲିଙ୍ଗରାଜଙ୍କର ଦର୍ଶନ କରିଛନ୍ତି। ଏହା ପୂର୍ବରୁ ସେ ୨୦୧୫ ଓ ୨୦୧୭ରେ ଭୁବନେଶ୍ବର ଗସ୍ତରେ ଆସିଥିବା ସମୟରେ ଶ୍ରୀଲିଙ୍ଗରାଜଙ୍କର ଦର୍ଶନ କରିଥିଲେ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..
ବସ୍ତି ବାସିନ୍ଦାଙ୍କୁ ମିଳିବ ଘର…..