ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୫ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁବାର ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରାପ୍ତ ସୂଚନା ଅନୁସାରେ ଶାହା ମାର୍ଚ୍ଚ ୫ ତାରିଖ ସନ୍ଧ୍ୟାରେ ସ୍ବତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚତ୍ବେ। ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳିସ୍ଥିତ ସିଆଇଏସ୍ଏଫ୍ର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ନରେ ଜଟଣୀଠାରେ ଜାତୀୟ ଫୋରେନ୍ସିକ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ଏନ୍ଏଫ୍ଏସ୍ୟୁ) ଏବଂ କେନ୍ଦ୍ରୀୟ ଫୋରେନ୍ସିକ ବିଜ୍ଞାନ ପରୀକ୍ଷାଗାର (ସିଏଫ୍ଏସ୍ଏଲ୍)ର ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସି ମାଧ୍ୟମରେ ଏନ୍ଏଫ୍ଏସ୍ୟୁ ଟ୍ରାନ୍ଜିଟ କ୍ୟାମ୍ପସ, ଭୁବନେଶ୍ୱରର ଉଦ୍ଘାଟନ କରିବେ। ଏହାପରେ ଶାହା ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆଠାରେ ନବୀନ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦ୍ଘାଟନ କରିବା ସହ ସମବାୟ ଏବଂ ଅନ୍ୟ ବିଭାଗର ପ୍ରକଳ୍ପଗୁଡିକର ଶିଳାନ୍ୟାସ ଓ ଉଦ୍ଘାଟନ କରିବା କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀଙ୍କ ସିଆଇଏସ୍ଏଫ୍ର ପ୍ରତିଷ୍ଠା ଦିବସରେ ଯୋଗଦାନକୁ ଦୃଷ୍ଟିରେ ରଖି ଗୋଡ଼ିସାହିରୁ ମୁଣ୍ଡୁଳି ରାସ୍ତାର ବ୍ଲାକ ଟପିଂ ସହିତ ଆଲୋକୀକରଣ, ପରିଷ୍କାର ପରିଚ୍ଛନ୍ନତା ଓ ଆବଶ୍ୟକ ସୌନ୍ଦର୍ଯ୍ୟକରଣ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଆଭାସି ମାଧ୍ୟମରେ କଟକ ଜିଲାପାଳ ଯୋଗଦେଇଥିଲେ।






More Stories
ପୁରୁଷ ବନ୍ଧୁଙ୍କ ଆଗରେ ଯୁବତୀଙ୍କୁ…..
ପରଲୋକରେ ପଦ୍ମଶ୍ରୀ ଉତ୍ସବ ଚରଣ ଦାସ…..
ଗୋଲକ ମହାପାତ୍ରଙ୍କୁ ହାଇକୋର୍ଟରୁ ଆଶ୍ବସ୍ତି…..