ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତା ୨୫ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସିବେ। ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର। କେନ୍ଦ୍ରମନ୍ତ୍ରୀ ଶାହ ଏଠାରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଆସିବେ। ୨୫ ତାରିଖରେ ସେ ସୋନପୁର ଗସ୍ତ କରିବେ। ସେଠାରେ ସେ ଏକ ନିର୍ବାଚନୀ ସଭାରେ ଯୋଗଦେଇ ଦଳୀୟ କର୍ମୀମାନଙ୍କୁ ସମ୍ବୋଧନ କରିବେ। ସେଠାରେ କାର୍ଯ୍ୟ ସରିବା ପରେ ଶାହ ଭୁବନେଶ୍ବର ଆସି ରାତ୍ରି ରହଣୀ କରିବେ। ଏହି ଅବସରରେ ସେ ଏଠାରେ ଦଳର ଅନ୍ୟ କର୍ମକର୍ତ୍ତାମାନଙ୍କ ସହିତ ନିର୍ବାଚନୀ ରଣନୀତି ସମ୍ପର୍କରେ ଆଲୋଚନା କରିବେ ବୋଲି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।






More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..