ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହଙ୍କ ଦୁଇଦିନିଆ ପ୍ରସ୍ତାବିତ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ମୃତ୍ୟୁ ପାଇଁ ଜାତୀୟ ଶୋକକୁ ଦୃଷ୍ଟିରେ ରଖି ତାଙ୍କର ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିବା ଜଣାପଡ଼ିଛି । ଯାଜପୁରର ବିଜେପି ସାଂସଦ ରବିନ୍ଦ୍ର ନାରାୟଣ ବେହେରା ଆଜି ଶାହଙ୍କ ଗସ୍ତ କାର୍ଯ୍ୟକ୍ରମ ବାତିଲ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଆସନ୍ତାକାଲି ଅର୍ଥାତ୍ ଶନିବାର ରାତି ୧୦ଟାରେ ଭୁବନେଶ୍ୱରରେ ପହଂଚିଥାନ୍ତୋ । ସେ ଏହି ଦୁଇଦିନିଆ ଗସ୍ତବେଳେ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମ ସହ କଳିଙ୍ଗ ଷ୍ଟାଡ଼ିୟମରେ ଦଳୀୟ ସାଂସଦ,ବିଧାୟକ ଓ ପଦାଧିକାରୀଙ୍କ ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିଲା। ମାତ୍ର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ମୃତ୍ୟୁ ପାଇଁ କେନ୍ଦ୍ର ସରକାର ଏକ ସପ୍ତାହବ୍ୟାପୀ ଜାତୀୟ ଶୋକ ପାଳନ କରୁଥିବାରୁ ଶ୍ରୀ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଥିବା ସୂଚନା ମିଳିଛି ।






More Stories
ଆଜି ପ୍ରବଳ ବର୍ଷିବ,୫ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ ଜାରି…..
ଶାହଙ୍କ ଓଡିଶା ଗସ୍ତ ବାତିଲ…..
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……