ରିପୋର୍ଟ କାର୍ଡ / ଭୁବନେଶ୍ୱର
କରୋନାରେ ଆକ୍ରାନ୍ତ ହୋଇ ଚେନ୍ନାଇରେ ଇକମୋ ଚିକିତ୍ସାରେ ଥିବା ବ୍ରହ୍ମପୁର ବାସୁଦେବନଗର ଅଞ୍ଚଳର ଅମ୍ରିତଙ୍କ ପ୍ରଧାନଙ୍କ ଦେହାନ୍ତ। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ସେ ଦୀର୍ଘ ଦିନ ଧରି ଚିକିତ୍ସିତ ଥିଲେ। କିଛି ଦିନ ତଳେ ସଫଳତାର ସହ ଫୁସଫୁସ ପ୍ରତିରୋପଣ କରାଯାଇଥିଲା। ଶେଷରେ ଆଜି ଆଖି ବୁଜିଦେଇଛନ୍ତି ଓଡ଼ିଆ ଯୁବକ ଅମ୍ରିତ ପ୍ରଧାନ | ନେଇ ତାଙ୍କ ଭଉଣୀ ସୂଚନା ଦେଇଛନ୍ତି | ସୂଚନା ଥାଉ କି କରୋନାରେ ଆକ୍ରାନ୍ତ ହେବା ପରେ ଅମ୍ରିତ ଗୁରୁତର ହୋଇପଡିଥିଲେ | ଏହା ପରେ ତାଙ୍କୁ ଏୟାରଲିଫ୍ଟ କରାଯାଇ ଚେନ୍ନାଇ ନିଆଯାଇଥିଲା | କରୋନାରେ ପୀଡ଼ିତ ହୋଇ ଅମ୍ରିତଙ୍କ ଫୁସ୍ଫୁସ୍ ସଂକ୍ରମିତ ହୋଇଥିଲା। ତାଙ୍କୁ ଏକ୍ମୋରେ ଚିକିତ୍ସା କରାଇବା ଜରୁରୀ ହୋଇପଡ଼ିବାରୁ ପରିବାରଲୋକ ଜୁନ୍ ୩ ତାରିଖ ଦିନ ଅମ୍ରିତଙ୍କୁ ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। ଭୁବନେଶ୍ବର ଏମ୍ସରୁ ତାଙ୍କୁ ଏୟାରଲିଫ୍ଟ କରାଯାଇ ଚେନ୍ନାଇ ନିଆଯାଇଥିଲା। ସେଠାରେ ଦୀର୍ଘ ଦିନ ଧରି ତାଙ୍କର ଏକ୍ମୋ ଚିକିତ୍ସା ଚାଲିଥିଲା। ସ୍ବାସ୍ଥ୍ୟରେ ଉନ୍ନତି ପାଇଁ ଅମ୍ରିତଙ୍କର ଟ୍ରାକୋଷ୍ଟୋମି ଅସ୍ତ୍ରୋପଚାର କରାଯାଇଥିଲା। ଏହା ପରେ ସ୍ବାସ୍ଥ୍ୟବସ୍ଥାରେ ସାମାନ୍ୟ ଉନ୍ନତି ଆସିଥିଲା। ଫଳରେ ସେ ଠାର ମାଧ୍ୟମରେ କଥାବାର୍ତ୍ତା କରିପାରୁଥିଲେ। କିନ୍ତୁ ଫୁସଫୁସ୍ରେ କୌଣସି ପ୍ରକାର ଉନ୍ନତି ଦେଖା ନଦେବାରୁ ହସ୍ପିଟାଲ ପକ୍ଷରୁ ଫୁସ୍ଫୁସ୍ ପ୍ରତିରୋପଣ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଏହାପରେ ଫୁସଫୁସ ପ୍ରତିରୋପଣ ହୋଇଥିଲା |
More Stories
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….
ବବି ଦାସ ଭାଇଙ୍କ ନାଁରେ ଏତଲା….
ଗୋଟିଏ ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଥିଲେ ଆସିବନି ଟଙ୍କା…..