ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆ ବର୍ଷରୁ ରାସନ ମିଳିବାରେ ଆଉ ହେବନି ଅନିୟମିତତା। ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ। ଜାନୁୟାରୀ ମାସରୁ ନୂଆ ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଏହି ଘୋଷଣା ପରେ ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରି ଖେଳି ଯାଇଛି। ନୂଆ ବର୍ଷରୁ ଲାଗୁ ହେବାକୁ ଥିବା ଏହି ନୂଆ ନିୟମ ଫଳରେ ଡିଲର ସ୍ତରରେ ହେରଫେର ବନ୍ଦ ହେବା ସହ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ ହେବ ବୋଲି ଆଶା ରଖିଛନ୍ତି ରାଜ୍ୟ ସରକାର। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ପୂର୍ବରୁ ୩ ମାସରେ ଥରେ ଚାଉଳ ମିଳିବା ଫଳରେ ଡିଲର ପାଖରେ ଅଧିକ ଚାଉଳ ମହଜୁଦ୍ ରହୁଥିଲା। ମାତ୍ର ଜାନୁୟାରୀରୁ ହିତାଧିକାରୀଙ୍କୁ ପ୍ରତି ମାସ ମିଳିବ ଚାଉଳ। ଏଭଳି ନିଷ୍ପତ୍ତି ପରେ ଡିଲର ସ୍ତରରେ ହେରଫେର ବନ୍ଦ ହେବା ସହ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ ହେବ ବୋଲି ଆଶା ରଖିଛନ୍ତି ଯୋଗାଣ ମନ୍ତ୍ରୀ।
More Stories
ରାଜ୍ୟରେ ବସିବ ୩ ରାଡାର୍….
ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା ବିଜେଡି……
ନୂଆ କଟ୍ ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ପାଇଁ ନିର୍ଦ୍ଦେଶ…..