ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ବାଲେଶ୍ବର ବାହାନଗା ଭୟଙ୍କର ଟ୍ରେନ୍ ଦୁର୍ଘଟଣା ମୃତାହତଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି ଆନ୍ଧ୍ର ସରକାର। ରବିବାର ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ନିଜ ରାଜ୍ୟର ମୃତାହତଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। ଦୁର୍ଘଟଣାରେ ଆନ୍ଧ୍ର ପ୍ରଦେଶର ଯେଉଁ ଲୋକମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାର ଲୋକଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଏଥିସହ ଗୁରୁତର ଆହତଙ୍କୁ ୫ ଲକ୍ଷ ଓ ସାମାନ୍ୟ ଆହତଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଯୋଗାଇଦେବାକୁ ନିର୍ଦେଶ ଦେଇଛନ୍ତି ଆନ୍ଧ୍ର ମୁଖ୍ୟମନ୍ତ୍ରୀ। ରବିବାର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ରିଲିଫ ଓ ଉଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ବୈଠକରେ ଆର୍ଥିକ ସହାୟତା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରର ସହାୟତା ବ୍ୟତୀତ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁକମ୍ପା ଯୋଗାଇ ଦିଆଯିବ।






More Stories
ରାଜ୍ୟ ସଭା ପ୍ରାର୍ଥୀ ତାଲିକା ପ୍ରକାଶ କଲେ ଦିଦି…..
ଗର୍ଭବତୀଙ୍କୁ ମିଳିବ ୫୦୦୦ ଟଙ୍କା…..
ଇରାନ ଉପରେ ଇସ୍ରାଏଲର ଆକ୍ରମଣ…..