Report Card Odisha

| Daily Odia News

୫ ଅଙ୍ଗନବାଡି ବନ୍ଦ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଇଛି | ଏହାକୁ ଦୃଷ୍ଟିରେ ଆଜିଠାରୁ ୫ ଦିନ ପର୍ଯ୍ୟନ୍ତ ସମସ୍ତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ। ଏନେଇ ରାଜ୍ୟ ସରକାର ସୋମବାର ସନ୍ଧ୍ୟାରେ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏନେଇ ସମସ୍ତ ଜିଲ୍ଲର ଜିଲ୍ଲାପାଳଙ୍କୁ ବିଭାଗର ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ ଏନେଇ ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରିଛନ୍ତି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢୁଥିବାରୁ ଆସନ୍ତାକାଲିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ସମସ୍ତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ। ସରକାର ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୨୬ରୁ ୩୦ ପର୍ଯ୍ୟନ୍ତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ହେବାକୁ ଥିବାରୁ ଏ ଦିଗରେ ପଦକ୍ଷେପ ନେବାକୁ କୁହାଯାଇଛି।

Breaking News