Report Card Odisha

| Daily Odia News

ଏପ୍ରିଲ ୨୯ ରୁ ମାଟ୍ରିକ ପରୀକ୍ଷା……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଏପ୍ରିଲ ୨୯ ରୁ ରାଜ୍ୟରେ ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ବେବ | ମେ ୬ ତାରିଖ ପର୍ଯ୍ୟନ୍ତ ଚାଲିବ | ଏନେଇ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି | ଏହି ସମ୍ମେଟିଭ୍‌-୨ ପରୀକ୍ଷା ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ବାଧ୍ୟତାମୂଳକ। ଯଥାସମ୍ଭବ ପରୀକ୍ଷାଗୁଡ଼ିକ ନିଜ ସ୍କୁଲରେ କରାଯିବ। ପରୀକ୍ଷା ପରିଚାଳନା ପାଇଁ ଅନ୍ୟ ସ୍କୁଲ ଶିକ୍ଷକ ନିଯୁକ୍ତ ହେବେ। କରୋନା ମହାମାରୀ କମିଥିବା ବେଳେ ଯଥାସମ୍ଭବ ଅଫ୍‌ଲାଇନ୍‌ରେ ପରୀକ୍ଷା ହୋଇପାରେ। ମ୍ୟାଟ୍ରିକ୍‌ ପରୀକ୍ଷାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି କିଛି ବଡ ଘୋଷଣା ହୋଇଛି। ସେହିପରି ନିଜ ସ୍କୁଲରେ ନ ହୋଇପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ। ୩ଟି ପଦ୍ଧତିରେ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ଫଳ ନିର୍ଦ୍ଧାରଣ କରିବେ। ପ୍ରଥମ ପଦ୍ଧତି- ସମ୍ମେଟିଭ୍-୧ ଓ ଇଣ୍ଟରନାଲ ଆସେସମେଣ୍ଟର ୨ ଗୁଣ ହେବ। ୨ୟ ପଦ୍ଧତି- ସମ୍ମେଟିଭ୍-୨ର ମାର୍କ ୨ ଗୁଣ କରି ହିସାବ କରାଯିବ। ସେହିପରି ୩ୟ ପଦ୍ଧତି- ଇଣ୍ଟରନାଲ ଆସେସମେଣ୍ଟର ୨୦%, ସମ୍ମେଟିଭ୍-୧ରୁ ୩୦%, ସମ୍ମେଟିଭ୍-୨ରୁ ୫୦% ନିଆଯାଇ ମାର୍କିଂ କରାଯିବ। ଯେଉଁ ଆସେସ୍‌ମେଣ୍ଟରେ ଅଧିକ ମାର୍କ ଥିବ ତାହା ଚୂଡାନ୍ତ ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ |

Breaking News