ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କର ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି | ପୂଜା ଭେଟିରେ ୪% ମହଙ୍ଗା ଭତ୍ତା ବୃଦ୍ଧି ହୋଇଛି । ଏନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିିଲାରୁ ପିଛଲା ଭାବେ ଲାଗୁ ହେବ। ୪% ମହଙ୍ଗା ଭତ୍ତା ବୃଦ୍ଧି ପରେ ଏହା ୪୨%ରୁ ୪୬%କୁ ବୃଦ୍ଧି ହୋଇଛି। ମହଙ୍ଗା ଭତ୍ତା ବୃଦ୍ଧି ପରେ ପ୍ରାୟ ସାଢେ ୪ ଲକ୍ଷ ସରକାରୀ କର୍ମଚାରୀ ଓ ସାଢେ ୩ ଲକ୍ଷ ପେନ୍ସନ୍ ଭୋଗୀ ମଧ୍ୟ ଉପକୃତ ହେବ।






More Stories
ତାରିକ ରହମାନଙ୍କ ଶପଥ ଗ୍ରହଣରେ ଯୋଗଦେବେ ଓମ୍ ବିର୍ଲା…..
ଗର୍ଲଫ୍ରେଣ୍ଡକୁ ସୁଟକେଶରେ ପୁରାଇ ଦେଲେ…..
ଆରାବଳୀକୁ କାହାକୁ ଛୁଇଁବାକୁ ଦେବୁ ନାହିଁ……