Report Card Odisha

| Daily Odia News

ବାଲେଶ୍ଵର ସହରର ବିକାଶ ପାଇଁ ୧୫୫ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ବାଲେଶ୍ଵର

ବାଲେଶ୍ଵର ସହରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ପର୍ଯ୍ୟାୟରେ ୧୫୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି। ମ୍ୟୁନିସିପାଲିଟି ଅଞ୍ଚଳର ବିକାଶ ସମ୍ପର୍କରେ ଦୁଇଟି ଉଚ୍ଚସ୍ତରୀୟ ବୈଠକରେ ବିସ୍ତୃତ ଆଲୋଚନା ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫T ସଚିବ ଶ୍ରୀ ଭି.କେ ପାଣ୍ଡିଆନ ଓ ପୂର୍ତ୍ତ ସଚିବ କିଷନ କୁମାର ସକାଳେ ବାଲେଶ୍ଵର ଯାଇ ବିଭିନ୍ନ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିଥିଲେ । ଅଧିକାରୀଙ୍କ ରିପୋର୍ଟକୁ ଭିତ୍ତି କରି ମୁଖ୍ୟମନ୍ତ୍ରୀ ଏହି ପ୍ୟାକେଜ୍ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, “ବାଲେଶ୍ଵର ହେଉଛି ଓଡିଶାର ଅନ୍ୟତମ ମୁଖ୍ୟ ସହର । ଏହା ମୋର ପ୍ରିୟ ଲେଖକ ଫକୀର ମୋହନ ସେନାପତିଙ୍କ ଜନ୍ମ ସ୍ଥାନ । ନିକଟରେ ମୁଁ ବାଲେଶ୍ଵର ବାସୀଙ୍କୁ କଥା ଦେଇଥିଲି ଯେ ବାଲେଶ୍ଵର ମ୍ୟୁନିସିପାଲିଟିର ବିକାଶ ଉପରେ ଆମେ ଧ୍ୟାନ ଦେବୁ । ଏ ଅବସରରେ ମୁଖ୍ୟମନ୍ତ୍ରୀ ଅନେକ ଘୋଷଣା କରିଛନ୍ତି। ଯାତ୍ରୀ ମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୮ କୋଟି ଟଙ୍କା ବ୍ୟୟରେ ବାଲେଶ୍ଵର ସହଦେବଖୁଣ୍ଟା ବସଷ୍ଟାଣ୍ଡ ର ବିକାଶ କରାଯିବ। ତୁମୂଳିଆ ଗେଟ୍ ଫ୍ଲାଇ ଓଭରଠାରୁ ଷ୍ଟେସନ ଛକ ପର୍ଯ୍ୟନ୍ତ ମୁଖ୍ୟ ରାସ୍ତାକୁ ଛଅ ଥାକିଆ କରାଯିବ । ଏହା ସହିତ ଏ ରାସ୍ତାରେ ଆଧୁନିକ ଷ୍ଟ୍ରିଟ୍ ଲାଇଟ୍‌ର ବ୍ୟବସ୍ତା ମଧ୍ୟ କରାଯିବ । ବାଲେଶ୍ଵର ମ୍ୟୁନିସିପାଲିଟିର ସବୁ ମୁଖ୍ୟ ରାସ୍ତାର ଉନ୍ନତିକରଣ କରାଯିବ । ଏଥିରେ ୭୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଅଟକଳ କରାଯାଇଛି । ଏହା ସହରରେ ଟ୍ରାଫିକ ସମସ୍ୟା ଦୂର କରିବାରେ ସହାୟକ ହେବ । ବାଲେଶ୍ଵରର କ୍ରୀଡାବିତ ପ୍ରତିଭାର ବିକାଶ ପାଇଁ ବାଲେଶ୍ଵର ମ୍ୟୁନିସିପାଲିଟି ୧୪ କୋଟି ଟଙ୍କା ବ୍ୟୟରେ Multipurpose Indoor Hall, Swimming Pool ଆଦି ଉନ୍ନତ କ୍ରୀଡା ଭିତ୍ତିଭୂମିର ବିକାଶ କରାଯିବ । ଏହାସହିତ କ୍ରୀଡାବିତ ମାନଙ୍କ ପାଇଁ ଉଚ୍ଚ ମାନର ତାଲିମ ବ୍ୟବସ୍ତା କରାଯିବ । ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ଡ୍ରେନ ସଂଯୋଗୀକରଣ ଓ ତତସଂଯୁକ୍ତ ରାସ୍ତା ଗୁଡିକର ୭ କୋଟି ଟଙ୍କା ବ୍ୟୟରେ ବିକାଶ କରାଯିବ । ଏହା ବ୍ୟତୀତ ବୁଢାବଳଙ୍ଗ ନଦୀ ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ଜୀବନରେଖା। ୫୩ କୋଟି ଟଙ୍କା ଖର୍ଚ୍ଚରେ ବୁଢାବଳଙ୍ଗ ନଦୀବନ୍ଧର ସୁରକ୍ଷା ସହିତ ସୌନ୍ଦର୍ଯ୍ୟକରଣ କରାଯିବ । ବାଲେଶ୍ଵର ସହରବାସୀଙ୍କ ପାଇଁ ଅବସର ବିନୋଦନ ନିମନ୍ତେ ବୁଢାବଳଙ୍ଗ ନଦୀକୁଳର ଆବଶ୍ୟକ ବିକାଶ କରାଯିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ,” ବାଲେଶ୍ଵର ମେଡିକାଲ କଲେଜ୍‌ର ଟେକ୍ନିକାଲ ହସ୍ପିଟାଲ ନିମନ୍ତେ ୨୭୫ କୋଟି ଟଙ୍କାର କାମ ଚାଲୁ ରହିଛି । ସେହପରି ଗତ ୪, ୫ ମାସ ହେବ ବାଲେଶ୍ଵର ମ୍ୟୁନିସିପାଲିଟି ପକ୍ଷରୁ ୧୬ କୋଟି ଟଙ୍କା ବ୍ୟୟରେ ସହରରେ ସିମେଣ୍ଟ କଂକ୍ରିଟ ରୋଡ , କମ୍ୟୁନିଟି ସେଣ୍ଟର ଆଦି ବିଭିନ୍ନ ଭିତ୍ତିଭୂମି ବିକାଶ କାମ ମଧ୍ୟ ଜାରି ରହିଛି। “

 

Breaking News