Report Card Odisha

| Daily Odia News

ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୮୬୮୧ କରୋନା ଆକ୍ରାନ୍ତ ଚିହ୍ନଟ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ କରୋନା ସଂକ୍ରମଣ କ୍ରମାଗତ ଭାବେ ବଢିଚାଲିଛି | ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଥିବା ବେଳେ ଶୁକ୍ରବାର ୮୬୮୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ  ସଂକ୍ରମିତଙ୍କ ମଧ୍ୟରୁ ୪୯୪୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୭୩୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୪୪ ହଜାର ୧୯୪କୁ ବୃଦ୍ଧି ପାଇଛି।ଏହାରି ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୦୮ ପଜିଟିଭ୍ ଚିହ୍ନଟ। ସେହିଭଳି ସୁନ୍ଦରଗଡ଼ରୁ ୭୪୫, କଟକରୁ ୫୭୦, ପୁରୀରୁ ୫୧୪, ବଲାଙ୍ଗିରରୁ ୪୫୯, ବରଗଡ଼ରୁ ୪୨୩, ଅନୁଗୁଳରୁ ୪୧୯, ଝାରସୁଗୁଡ଼ାରୁ ୪୧୧, ସମ୍ବଲପୁରରୁ ୪୧୦, ନବରଙ୍ଗପୁରରୁ ୩୬୮, ଯାଜପୁରରୁ ୩୨୧, ନୂଆପଡ଼ାରୁ ୩୦୪, ମୟୂରଭଞ୍ଜରୁ ୨୨୦, ଗଞ୍ଜାମରୁ ୧୯୮, କଳାହାଣ୍ଡିରୁ ୧୯୫, ନୟାଗଡ଼ରୁ ୧୬୦, ବାଲେଶ୍ୱରରୁ ୧୫୫, ରାୟଗଡ଼ାରୁ ୧୫୧, କେନ୍ଦୁଝରରୁ ୧୪୮, ଗଜପତିରୁ ୧୨୫, କୋରାପୁଟରୁ ୧୧୩, ଭଦ୍ରକରୁ ୧୦୩, ଦେବଗଡ଼ରୁ ୧୦୨, ସୁବର୍ଣ୍ଣପୁରରୁ ୯୮, କେନ୍ଦ୍ରାପଡ଼ାରୁ ୮୫, ବୌଦ୍ଧରୁ ୫୭, କନ୍ଧମାଳ- ୫୪, ମାଲକାନଗିରିରୁ ୩୪, ଢେଙ୍କାନାଳରୁ ୩୩, ଜଗତସିଂହପୁରରୁ ୨୧ ଏବଂ ଷ୍ଟେଟ୍ ପୁଲରୁ ୨୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏବେ ୬୧ ହଜାର ୬୯୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଗତକାଲି ୪୬୭୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ସହ  ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୮୦ ହଜାର ୪୦୦କୁ  ବୃଦ୍ଧି ପାଇଛି।

Breaking News