ରିପୋର୍ଟ କାର୍ଡ / ସମ୍ବଲପୁର
ବାଲେଶ୍ୱର ଏଫଏମ କଲେଜ ଘଟଣାର କିଛି ଦିନ ଯାଉଣୁ ପୁଣି ଜଣେ ଛାତ୍ରୀଙ୍କ ଉପରେ ହୋଇଛି ର୍ନିଯାତନା। ଏଥିରେ ମଧ୍ୟ ଜଣେ ଅଧ୍ୟାପକ ଛାତ୍ରୀଙ୍କୁ ଅସଦାଚରଣ କରିଛନ୍ତି। ଏଫଏମ କଲେଜ ନିଆଁ ସାରା ଓଡ଼ିଶାରେ ହୁତୁହୁତୁ ହୋଇ ଜଳୁଥିବାବେଳେ ପୁଣି ଏହି ଘଟଣା ରାଜ୍ୟ ରାଜନୀତିକୁ ସରଗରମ କରିଛି।ଘଟଣାଟି ହେଉଛି ସମ୍ବଲପୁରର ଗୋଟିଏ ପ୍ରତିଷ୍ଠିତ କଲେଜ ଗଙ୍ଗାଧର ମେହେର ବିଶବିଦ୍ୟାଳୟ(ଜିଏମୟୁ)। ଯେଉଁଠି ଜଣେ ଛାତ୍ରୀ ର୍ନିଯାତନା ଅଭିଯୋଗ ଆଣିଛନ୍ତି। ନିଜ କଲେଜର ହିଁ ଅଧ୍ୟାପକଙ୍କ ବିରୋଧରେ ଆଣିଛନ୍ତି ସଙ୍ଗୀନ ଅଭିଯୋଗ। ଗିରଫ ଅଭିଯୁକ୍ତ ହେଲେ ଶିକ୍ଷା ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଗୋପୀକାନ୍ତ ସୁନା। ବିବାହ ପ୍ରତିଶ୍ରୁତି ଦେଇ ସେ ଛାତ୍ରୀଙ୍କୁ ର୍ନିଯାତନା ଦେଇଥିବା ସୂଚନା। ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ରଖିଥିଲେ। ଛାତ୍ରୀ ଜଣଙ୍କ ଇଣ୍ଟିଗ୍ରେଟେଡ ବିଏଡ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ। ତେବେ ଅଭିଯୋଗ ଆଧାରରେ ଅଧ୍ୟାପକଙ୍କୁ ଗିରଫ କରିଛି ମହିଳା ଥାନା। ଅଧ୍ୟାପକ ଗିରଫ ନେଇ ସ୍ପଷ୍ଟ କରିଛନ୍ତି ସମ୍ବଲପୁର ଏସପି। ସୂଚନାଥାଉ କି, ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଦହିତା ଗ୍ରାମର ମୂଳ ନିବାସୀ ପ୍ରଫେସର ସୁନା ବିବାହର ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ମାତ୍ର ପରବର୍ତ୍ତୀ ସମୟରେ ସେ ବିବାହ ପାଇଁ ମନା କରି ଦେଇଥିଲେ ବୋଲି ପୀଡ଼ିତା ଛାତ୍ରୀ ଗତ ୧୬ ତାରିଖ ବୁଧବାର ସମ୍ବଲପୁର ମହିଳା ଥାନାରେ ଏତଲା ଦେଇଥିଲେ। ତାଙ୍କ ଏତଲା ଆଧାରରେ ମହିଳା ଥାନା କେସ ନମ୍ବର ୫୬/୨୦୨୫ରେ ଭାରତୀୟ ନ୍ୟାୟ ସଂହିତା ଦଫା ୬୯ରେ ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି। ତଦନ୍ତ ବେଳେ ପୋଲିସ ପ୍ରଫେସର ସୁନାଙ୍କୁ ସମ୍ବଲପୁର ପ୍ରଫେସର କଲୋନୀସ୍ଥିତ ତାଙ୍କ ସରକାରୀ ବାସଭବନରୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି।
More Stories
ଫକୀର ମୋହନ ମହାବିଦ୍ୟାଳୟର ନିଲମ୍ବିତ ପ୍ରିନ୍ସପାଲ ଗିରଫ…..
ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିପାତ……
ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ…..