ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ IPS ଅଫିସର ଚାକିରିରୁ ଇସ୍ତଫା ଦେଇଛନ୍ତି। ଚାକିରିରେ ଯୋଗଦେବାର ପ୍ରାୟ ଦୁଇ ବର୍ଷ ନପୁରୁଣୁ ସେ ନିଜ ପଦରୁ ଇସ୍ତଫା ଦେବା ପ୍ରଶାସନିକ ସ୍ତରରେ ବେଶ ଚର୍ଚ୍ଚାର ବିଷୟ ପାଲଟିଛି। ୨୦୨୫ ବ୍ୟାଚର IPS ସିଏ ରାମଦାସ । ମହାରାଷ୍ଟ୍ରର ବାସିନ୍ଦା ଅଭିଜିତ ସିଭିଲ ସର୍ଭିସେସ ପରୀକ୍ଷାରେ କୃତକାର୍ଯ୍ୟ ହେବା ପରେ ତାଙ୍କୁ ଓଡ଼ିଶା କ୍ୟାଡର ମିଳିଥିଲା। ବର୍ତ୍ତମାନ ସେ ହାଇଦ୍ରାବାଦ ସ୍ଥିତ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଜାତୀୟ ପୋଲିସ ଏକାଡେମୀ (SVPNPA)ରେ ତାଲିମ ନେଉଥିଲେ। ମିଳିଥିବା ସୂଚନା ଅନୁଯାୟୀ, ତାଲିମ ସରିବା ପୂର୍ବରୁ ହିଁ ସେ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ତେବେ ସେ କେଉଁ କାରଣ ପାଇଁ ଚାକିରି ଛାଡ଼ିଲେ, ସେ ନେଇ ସିଏ ରାମଦାସ କିମ୍ବା ସରକାରୀ କର୍ତ୍ତୃପକ୍ଷଙ୍କ ତରଫରୁ କୌଣସି ସ୍ପଷ୍ଟୀକରଣ ଦିଆଯାଇ ନାହିଁ।





More Stories
ଆଜିଠୁ କଟକ ବାଲିଯାତ୍ରା,ଉଦ୍ଘାଟନ କରିବେ ରାଷ୍ଟ୍ରପତି…..
ବିଦ୍ୟାଭାରତୀ ଚାକିରିରୁ ନିଲମ୍ବିତ…..
ଚାଷ ଜମି ବୁଲିଲେ, ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ…..