ରିପୋର୍ଟ କାର୍ଡ / ଭୁବନେଶ୍ଵର
ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ। ଆଗାମୀ ୨ ଦିନରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ,ରାଜ୍ୟରେ ତୁହାକୁ ତୁହା ବର୍ଷା ଜାରି ରହିଥିବାବେଳେ ସପ୍ତାହେ ଯାଏ ଏଭଳି ପରିସ୍ଥିତି ରହିବ। ମଙ୍ଗଳବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୯ ଜିଲ୍ଲା ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାଗୁଡିକ ମଧ୍ୟରେ ଯାଜପୁର, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ଗଜପତି ଓ କୋରାପୁଟ ଆଦି ଜିଲ୍ଲା ରହିଛି। ବାଲେଶ୍ୱର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ମାଲକାନଗିରିର ଗୋଟିଏ ଦୁଇଟି ସ୍ଥାନକୁ ବଜ୍ରପାତ ଭୟ ରହିଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୭ ତାରିଖଠାରୁ ବର୍ଷାର ପରିମାଣ ବଢ଼ିବା ନେଇ ପୂର୍ବାନୁମାନ କରାଯାଇଛି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..