ରିପୋର୍ଟ କାର୍ଡ / ଭୁବନେଶ୍ଵର
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇ ଆଗକୁ ବଢ଼ୁଥିବାବେଳେ ପଛକୁ ଆଉ ଏକ ଲଘୁଚାପ ଦାନାବାନ୍ଧିଲାଣି। ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ୨୪ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହି ଲଘୁଚାପଟି ଅଧିକ ଘନୀଭୂତ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ସେପଟେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ବିଜୁଳି, ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ଥିବାବେଳେ ଏହି ସମୟରେ ଚାଷୀଙ୍କୁ ସାବଧାନତା ଅବଲମ୍ବନ ସହ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ସହ ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ନେଇ ସୂଚନା ରହିଛି।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….