ରିପୋର୍ଟ କାର୍ଡ / ଭୁବନେଶ୍ୱର
କିଛି ଦିନର ବ୍ୟବଧାନ ପରେ ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି | ଏନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ ସୂଚନା ଦିଆଯାଇଛି । ଟ୍ୱିଟ ଅନୁଯାୟୀ, ସେପ୍ଟେମ୍ବର ୧୮ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଫଳରେ ୧୮ରେ ଦକ୍ଷିଣ ଓଡ଼ିଶାରେ ଓ ୧୯ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୧୯ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ଗଜପତି, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..