ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଫଗାନିସ୍ତାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରେକର୍ଡ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି। ଭୂକମ୍ପ ଯୋଗୁଁ ସ୍ଥାନୀୟ ଅଞ୍ଚଳର ଲୋକ ଭୟଭୀତ ଅବସ୍ଥାରେ ରହିଛନ୍ତ। ଗତ ଫେବୃଆରୀ ୨୧ ତାରିଖରେ ଆଫଗାନିସ୍ତାନରେ ଲଗାତାର ଦୁଇ ଦିନ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଯାହାର ତୀବ୍ରତା ୪.୨ ଥିଲା। କ୍ଷତିକ୍ଷତି ନେଇ କୌଣସି ସୂଚନା ମିଳିନଥିଲେ ମଧ୍ୟ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଗତବର୍ଷ ଅକ୍ଟୋବର ମାସରେ ଆଫଗାନିସ୍ତାନର ହେରାତ୍ ପ୍ରଦେଶରେ ଭୟଙ୍କର ଭୂକମ୍ପ ଯୋଗୁଁ ୪ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଥିଲେ।






More Stories
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..
କୌଣସି ଲକ୍ଡାଉନ୍ ହେବନି…..