ରିପୋର୍ଟ କାର୍ଡ / ଭୁବନେଶ୍ବର
ଭୁବନେଶ୍ବରରୁ କଟକକୁ ମେଟ୍ରୋ ଟ୍ରେନ୍ ସେବା ଆରମ୍ଭ କରିବାକୁ ଲୋକସଭା ସାଂସଦ ଅପରାଜିତା ଷଡ଼ଙ୍ଗୀ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ସହାୟତା ଲୋଡ଼ିଛନ୍ତି। ଏନେଇ ସେ ମେଟ୍ରୋ ରେଳ ନୀତି-୨୦୧୭ ବିଷୟରେ ନଗର ଉନ୍ନୟନ ମନ୍ତ୍ରାଳୟର ଅଧିକାରୀମାନଙ୍କ ସହ ଆଲୋଚନା କରିଥିବା ନିଜର ଟୁଇଟରରେ ଉଲ୍ଲେଖ କରିଛନ୍ତି। ସେ ଟୁଇଟ୍ କରି ଲେଖିଛନ୍ତି, ଟ୍ୱିନ୍ ସିଟିରେ ଜନସଂଖ୍ୟା ବଢ଼ୁଥିବାରୁ ମେଟ୍ରୋ ଟ୍ରେନ୍ର ଆବଶ୍ୟକତା ରହିଛି, ମୁଁ ନିଜେ ମଧ୍ୟ ଏନେଇ ଗୃହ ନିର୍ମାଣ ଓ ସହରୀ ବ୍ୟାପାର ମନ୍ତ୍ରାଳୟକୁ ଚିଠି ଲେଖି ଅନୁରୋଧ କରିସାରିଛି। ଆବଶ୍ୟକୀୟ ସହାୟତା ପାଇଁ ମନ୍ତ୍ରାଳୟକୁ ଏକ ପ୍ରସ୍ତାବ ପଠାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରି ଚିଠି ଲେଖିଛି।






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……