ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହଂକଂର ଏକ ହାଉସିଂ କମ୍ପ୍ଲେକ୍ସରେ ଥିବା ଉଚ୍ଚ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଫସି ରହିଥିବା ସୂଚନା ମିଳିଛି। ଅଗ୍ନିଶମ ବିଭାଗ ପକ୍ଷରୁ ନିଆଁ ଲିଭା କାର୍ଯ୍ୟ ଜାରି ରହିଛି । ହଂକଂର ଅଗ୍ନିଶମ ବିଭାଗର ଅଧିକାରୀଙ୍କ ସୂଚନା ଅନୁଯାୟୀ ଘଟଣାସ୍ଥଳରୁ ନଅ ଜଣଙ୍କ ମୃତ ଦେହ ଉଦ୍ଧାର କରାଯାଇଥିଲା । ପରେ ହସ୍ପିଟାଲରେ ଅନ୍ୟ ଚାରି ଜଣଙ୍କର ମୃତ୍ୟୁ ହୋଇଛି । ଅତି କମରେ ଅନ୍ୟ ୧୫ ଜଣ ଆହତ ହୋଇଛନ୍ତି। ପ୍ରାୟ ୭୦୦ ଲୋକଙ୍କୁ ଅସ୍ଥାୟୀ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି। ହଂକଂର ଏକ ଆବାସିକ କମ୍ପ୍ଲେକ୍ସରେ ଥିବା ଏକ ଉଚ୍ଚ ଆପାର୍ଟମେଣ୍ଟ କୋଠାରେ ଅଗ୍ନିକାଣ୍ଡ ଘଟି ୧୩ ଜଣଙ୍କର ଦୁଃଖଦ ମୃତ୍ୟୁ ହୋଇଛି। ଅନେକ ଲୋକ ଏବେ ବି ଫସି ରହିଛନ୍ତି। ପ୍ରାୟ ୭୦୦ ଲୋକଙ୍କୁ ସୁରକ୍ଷିତ ଭାବରେ ସ୍ଥାନାନ୍ତର କରାଯାଇଛି। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣା ପଡି ନାହିଁ ।






More Stories
ନିର୍ବାଚନରେ ଜିତିଲେ ଦିଦି;ଭାଜପା ଚିତ୍ପଟାଙ୍ଗ…..
ରାମମନ୍ଦିର ଦାନ ଅର୍ଥ ଆତ୍ମସାତ୍ ମାମଲା;ଚମ୍ପତ ରାୟ,ଅନିଲ ମିଶ୍ର ଦୋଷମୁକ୍ତ…..
ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି…..