ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ରହିଥିଲା। ସାମ୍ବାଦିକଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହି ଯୋଜନା ଦ୍ୱାରା କର୍ମଜୀବୀ ସାମ୍ବାଦିକଙ୍କ ପରିବାର ଦେୟମୁକ୍ତ ଭାବେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରୁଛନ୍ତି। ଚଳିତ ବର୍ଷ ନୂତନ ଏବଂ ନବୀକରଣ ନିମନ୍ତେ ଅନଲାଇନ ମାଧ୍ୟମରେ ଆବେଦନ ଗ୍ରହଣ କରାଯାଉଛି। ଇଚ୍ଛୁକ ସାମ୍ବାଦିକମାନେ www.owjws.odisha.gov.inରେ ଆବେଦନ କରିପାରିବେ ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..