ରିପୋର୍ଟ କାର୍ଡ / ଭୁବନେଶ୍ବର
ବରିଷ୍ଠ ଆଇଏଏସ ଅଧିକାରୀ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମିଳିଛି। ବୀର ବିକ୍ରମ ଯାଦବ୨୧ ଦିନିଆ ଛୁଟିରେ ଥିବା ହେତୁ ତାଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଅରବିନ୍ଦ ପାଢ଼ୀ ୨୦୧୪ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱରେ ରହିଥିଲେ। ଆଇ ଏଏସ ଅଧିକାରୀ ବୀର ବିକ୍ରମ ଯାଦବଙ୍କ ଅନୁପସ୍ଥିତିରେ ଅରବିନ୍ଦ ପାଢ଼ୀ ଦାୟିତ୍ୱ ତୁଲାଇବେ। ଆଗକୁ ରଥଯାତ୍ରାର ଦାୟିତ୍ୱ କିଭଳି ଶାନ୍ତିଶୃଙ୍ଖଳାରେ ହେବ, ସେ ତାହା ଉପରେ ଧ୍ୟାନ ଦେବେ। ଏଥିସହିତ ସେ କୃଷି ବିଭାଗର ପ୍ରମୁଖ ସଚିବ ଭାବେ ବି କାର୍ଯ୍ୟ କରିବେ।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….