ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ଜାମିନ୍ ଆବେଦନ ଖାରଜ | ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ୩ କୋଟି ଟଙ୍କା ବ୍ଲାକମେଲିଂ ମାମଲାରେ ଭୁବନେଶ୍ୱର JMFC-୩ରେ ଅର୍ଚ୍ଚନାଙ୍କ ଜାମିନ୍ ଆବେଦନ ଆଜି ଖାରଜ ହୋଇଛି। ସୂଚନା ଅନୁସାରେ – ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ଅର୍ଚ୍ଚନାଙ୍କ ବିରୋଧରେ ଅକ୍ଷୟ ଅଭିଯୋଗ କରିଥିଲେ। ଏହି ମାମଲାରେ ତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମଧ୍ୟ ଦୁଇ ଥର ଡାକି ଜେରା କରିଛି। ଏପଟେ ଅର୍ଚ୍ଚନା ନାଗ ବ୍ଲାକ୍ମେଲିଂ ମାମଲାରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ଖଗେଶ୍ୱରଙ୍କ ସହଯୋଗୀ ଅବିନାଶ ପ୍ରିୟଦର୍ଶୀ ଓରଫ୍ ଚନ୍ଦନ ହାଜର ହୋଇଛନ୍ତି। ଟଙ୍କା ନେଣଦେଣକୁ ନେଇ ଖୋଳତାଡ଼ ପରେ ସମନ ପାଇ ସେ ହାଜର ହୋଇଥିବା ସୂଚନା ମିଳିଛି। ଅନ୍ୟପଟେ ଅର୍ଚ୍ଚନା ଓ ଜଗବନ୍ଧୁ ଚାନ୍ଦଙ୍କୁ ରିମାଣ୍ଡରେ ନେବାକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କୋର୍ଟରେ ଆବେଦନ କରିପାରେ ବୋଲି ସୂଚନା ମିଳୁଛି।






More Stories
ଶିମିଳିପାଳରେ ହେବ ହେଲିପ୍ୟାଡ୍…..
ରାଜ୍ୟରେ ବଢିଛି ମୁଣ୍ଡପିଛା ଆୟ…..
ଲଘୁଚାପ କ୍ଷେତ୍ର ସକ୍ରିୟ…..