ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆତଙ୍କବାଦ ନିରୋଧ ଅପରେସନ ବେଳେ ଗୁଳି ମାଡ଼ରେ ଆହତ ହୋଇଥିବା ଭାରତୀୟ ସ୍ଥଳ ସେନାର ଲଢ଼ୁଆ କୁକୁର ଜୁମ୍ ର ମୃତ୍ୟୁ ହୋଇଛି । ଆଜି ଚିକିତ୍ସାଧୀନ ଅବସ୍ଥାରେ ତା’ର ମୃତ୍ୟୁ ଘଟିଛି। କିଛି ଦିନ ତଳେ ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ। ଏହି ସମୟରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ଏନକାଉଣ୍ଟର ବେଳେ ଆର୍ମି ଡଗ୍ ଜୁମ ଦେହରେ ଦୁଇଟି ଗୁଳି ମାଡ଼ ହୋଇଥିଲା। ତା’ ପଛ ଗୋଡ଼ ଓ ମୁହଁ ଗୁରୁତର କ୍ଷତିଗ୍ରସ୍ତ ହୋଇଥିଲା। ଏଥିପାଇଁ ଡାକ୍ତରୀ ଟିମ୍ ଆଡଭାନ୍ସ ଫିଲ୍ଡ ଭେଟେରିନାରୀ ହସ୍ପିଟାଲରେ ଜୁମର ଚିକିତ୍ସା କରୁଥିଲେ। କିନ୍ତୁ ଆଜି ଦିନ ୧୨ଟାରେ ତା’ର ମୃତ୍ୟୁ ଘଟିଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି |
More Stories
ଭୁବନେଶ୍ବରରେ ୭ଟି ସ୍ଥାନରେ ରାବଣ ପୋଡି…..
କଟକରେ ଭାଙ୍ଗିଲା ତୋରଣ…..
ଗଭୀର ଅବପାତରେ ପରିଣତ ଲଘୁଚାପ,ପ୍ରବଳ ବର୍ଷିବ…..