ରିପୋର୍ଟ କାର୍ଡ / କଟକ
ଓପିଏସସିର ନୂତନ ଅଧ୍ୟକ୍ଷ ଭାବେ ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ ଦାୟିତ୍ବ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଶ୍ରୀ ଷଡ଼ଙ୍ଗୀଙ୍କୁ ୬ ବର୍ଷ ପାଇଁ ଏହି ନିଯୁକ୍ତି ଦିଆଯାଇଥିବା ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଶୁକ୍ରବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ପୋଲିସ ବିଭାଗର ଅନ୍ୟତମ ଦକ୍ଷ ଅଧିକାରୀ ଶ୍ରୀ ଷଡ଼ଙ୍ଗୀ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଥିଲେ। ଏହା ପୂର୍ବରୁ ସେ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଦାୟିତ୍ୱରେ ଥିଲେ। ସେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିଛନ୍ତି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..