ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଜେଲ୍ରେ ରହିବେ। ଇଡିର ରିମାଣ୍ଡ ଅବଧି ଶେଷ ହେବା ପରେ ଆଜି ଦିଲ୍ଲୀର ଏକ କୋର୍ଟ ଅରବିନ୍ଦ କେଜ୍ରିୱାଲଙ୍କୁ ୧୫ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ କେଜ୍ରିୱାଲ ଜେଲ୍ରେ ରହିବେ | ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି ଶେଷ ହେବା ପରେ ଆଜି କେଜ୍ରିୱାଲଙ୍କୁ କୋର୍ଟରେ ହାଜର କରିଥିଲା ଇଡି। ଏହା ସହିତ ତାଙ୍କୁ ବିଚାର ବିଭାଗୀୟ ହାଜତରେ ରଖିବା ପାଇଁ କୋର୍ଟଙ୍କ ନିକଟରେ ଆବେଦନ କରିଥିଲା ଇଡି।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..