ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
CBI ଗିରଫଦାରୀ ବିରୋଧରେ ଆଜି ହାଇକୋର୍ଟର ଦ୍ୱାରସ୍ତ ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଅବକାରୀ ନୀତି ଦୁର୍ନୀତି ମାମଲାରେ ଜୁନ୍ ୨୬ରେ କେଜ୍ରିୱାଲଙ୍କୁ ସିବିଆଇ ଗିରଫ କରିଥିଲା। ଇଡି ଅଭିଯୋଗରେ ଗିରଫ ହୋଇ କେଜ୍ରିୱାଲ ତିହାର ଜେଲରେ ଥିବାବେଳେ ସିବିଆଇ ତାଙ୍କୁ ସେଠାରୁ ଗିରଫ କରି ନେଇଥିଲା। ଏହାପରେ ତିନି ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରିବା ପରେ ଶନିବାର ରାଉଜ ଆଭେନ୍ୟୁ କୋର୍ଟରେ ହାଜର କରିଥିଲା। କିନ୍ତୁ କେଜ୍ରିଲାଲ ତଦନ୍ତରେ ସହଯୋଗ କରିନଥିବା ଅଭିଯୋଗ କରି ପୁଣି ରିମାଣ୍ଡରେ ନେବାକୁ ଆବେଦନ କରିଥିଲା। ଏ ଉପରେ ଶୁଣାଣି କରି ରାଉଜ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କୁ ୧୪ ଦିନ ରିମାଣ୍ଡରେ ନେବାକୁ ସିବିଆଇକୁ ଅନୁମତି ଦେଇଥିଲେ। ବର୍ତ୍ତମାନ କେଜ୍ରିୱାଲ ସିବିଆଇ ହେପାଜତରେ ଥିବାବେଳେ ଗିରଫଦାରୀ ବିରୁଦ୍ଧରେ ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଛନ୍ତି।






More Stories
ବଢ଼ିଲା ନେତାଙ୍କ ସୁରକ୍ଷା…..
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..