ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ବର୍ତ୍ତମାନ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏବେ ଏହା ପୁରୀଠାରୁ ୭୪୦ କିଲୋମିଟର ଦୂରରେ ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହି ଭୀଷଣ ବାତ୍ୟା ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୨୧ କିଲୋମିଟର ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଗଭୀର ଅବପାତ ପରେ ଗତକାଲି ଏହା ବାତ୍ୟାର ରୂପ ନେଇଥିଲା। ଭାରତୀୟ ପାଣିପାଗ ବିଭାଗ(IMD)ର ଆକଳନ ଅନୁସାରେ, ସମୁଦ୍ରରେ ଯେତେ ବଳ ଗୋଟାଇଲେ ବି ଏହା ପ୍ରବଳ ବାତ୍ୟାରେ ହିଁ ସୀମିତ ରହିବ। ଉପକୂଳ ଅତିକ୍ରମ କରିବାର ସମ୍ଭାବନା ନାହିଁ। ୧୦ ତାରିଖରେ ଏହା ବଙ୍ଗୋପସାଗରର ପଶ୍ଚିମରେ କେନ୍ଦ୍ରୀଭୂତ ହେବ ପରେ କ୍ରମଶଃ ଉତ୍ତର ଉତ୍ତର-ପୂର୍ବ ଦିଗରେ ଗତି କରିବ।






More Stories
ମା’କୁ ଜାଳିଦେଲେ ପୁଅ…..
ମୁଖ୍ୟମନ୍ତ୍ରୀଙ୍କୁ ସୁଆଦ ବିଞ୍ଝାରପୁର ଦେଶୀଗାଈ କ୍ଷୀର…..
ସାଢ଼େ ୬ ଘଣ୍ଟା ପରେ ନଦୀରୁ ବାହାରିଲା କାର……