ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ଉତ୍ତର ଓ ପାଶ୍ୱର୍ବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଲଘୁଚାପ ରୂପ ନେବା ସମ୍ଭାବନା ଅଛି । ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି । ଆସନ୍ତା ଦୁଇଦିନ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ଲାଗି ରହିବ । ସୋମବାର ଓଡିଶାର ୧୭ ଟି ଜିଲ୍ଲା ପାଇଁ ବଜ୍ରପାତ ସହ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବ । ଆସନ୍ତା ଦୁଇଦିନ ସମୁଦ୍ର ଅଶାନ୍ତ ରହିବା ସହ ଦକ୍ଷିଣ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି । ଖୋର୍ଦ୍ଧା ଜିଲ୍ଲାର କିଛି ଅଞ୍ଚଳରେ କଟକ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, ନୟାଗଡ଼, ଅନୁଗୁଳ , ଢେଙ୍କାନାଳ, ଗଞ୍ଜାମ, ଗଜପତି, ରାୟାଗଡା, କନ୍ଧମାଳ, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଏବଂ ବାଲାଙ୍ଗୀରରେ ସକାଳ ୧୦.୧୫ ରୁ ୧.୧୫ ମଧ୍ୟରେ ସହିତ ବଜ୍ରପାତ ସହ ହାଲୁକା ଏବଂ ମଧ୍ୟମ ଧରଣ ବର୍ଷା ହେବ। ଏଥିପାଇଁ ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସେହି ଅନୁଯାୟୀ ବଜ୍ରପାତରୁ ନିଜକୁ ରକ୍ଷା କରିବା ପାଇଁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି |






More Stories
କେହି କଲେନି ନାମାଙ୍କନ ପ୍ରତ୍ୟାହାର…..
୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ଭାଜପା…..
ଆଜିଠୁ ବଜେଟ୍ ଅଧିବେଶନର ୨ୟ ପର୍ଯ୍ୟାୟ….