ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ । ଏନେଇ ଶୁକ୍ରବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀମାନେ orissaresults.nic.inରେ ରେଜଲ୍ଟ ଦେଖିପାରିବେ । ଉଲ୍ଲେଖ ଯୋଗ୍ୟ -ଗତକାଲି ଠାରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ ହୋଇଛି । ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିପାଇଁ www.samsodisha.gov.in ୱେବସାଇଟ୍ ଭିଜିଟ୍ କରିବାକୁ ପଡ଼ିବ। ଏଥିରେ ଫର୍ମ ଉପଲବ୍ଧ ହେବ । ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ନାମଲେଖା ପାଇଁ ଅନଲାଇନ ମାଧ୍ୟମରେ ଆବେଦନ କରିପାରିବେ। ସେପ୍ଟେମ୍ବର ୧୩ ତାରିଖ ଦିନ ୧୧ଟା ୩୦ରେ ପ୍ରଥମ ମେରିଟ ଲିଷ୍ଟ ପ୍ରକାଶ ପାଇବ। ସେହିପରି ସେପ୍ଟେମ୍ବର ୧୪ରୁ ସେମ୍ବେର ୨୧ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ ।
Discussion about this post