ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ। ଏହାସହ ଷ୍ଟେଟ୍ ଓପନ୍ ସ୍କୁଲ୍ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ। କଟକ ବିଏସଇ ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ। ସନ୍ଧ୍ୟା ୬ଟା ପରେ ୱେବ୍ସାଇଟ୍ରେ ଉପଲ୍ଲବ୍ଧ ହେବ। ଛାତ୍ରଛାତ୍ରୀ www.bseodisha.ac.in ଓ www.bseodisha.nic.in ୱେବ୍ସାଇଟ୍ରେ ରେଜଲ୍ଟ ଚେକ୍ କରିପାରିବେ। ଛାତ୍ରଛାତ୍ରୀ SMS କରି ରେଜଲ୍ଟ ଜାଣି ପାରିବେ। OR01 < Roll N0 > ଲେଖି 5676750କୁ SMS କଲେ ରେଜଲ୍ଟ ଜାଣିପାରିବେ ଛାତ୍ରଛାତ୍ରୀ। ସୂଚନା ଅନୁସାରେ – ରୋନା ମହାମାରୀ ପାଇଁ ଦଶମ ବୋର୍ଡ ପରୀକ୍ଷା ଦେଇନାହାନ୍ତି ଛାତ୍ରଛାତ୍ରୀ | ହେଲେ ପରୀକ୍ଷା ଫଳକୁ ନେଇ ଛାତ୍ରଛାତ୍ରୀଙ୍କ ମନରେ ଭୟ | ଜୁନ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ ବୋଲି କିଛିଦିନ ପୂର୍ବେ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଥିଲେ। ନବମ ଓ ଦଶମ ଶ୍ରେଣୀର ମାର୍କ ଆଧାରରେ ଛାତ୍ରଛାତ୍ରୀଙ୍କ ପରୀକ୍ଷା ମୂଲ୍ୟାୟନ ହେବ ବୋଲି କୁହାଯାଇଥିଲା। ଚୂଡ଼ାନ୍ତ ମୂଲ୍ୟାୟନ ପଦ୍ଧତି ଅନୁସାରେ ନବମର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ମାର୍କକୁ ବିଚାରକୁ ନିଆଯିବ। ସେହିଭଳି ଦଶମର ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପ୍ରାକ୍ଟିସ୍ ପରୀକ୍ଷାରେ ପିଲା ରଖିଥିବା ମାର୍କକୁ ମଧ୍ୟ ବିଚାରକୁ ନିଆଯିବ। ନବମର ୪୦ ପ୍ରତିଶତ ମାର୍କକୁ ଗୁରୁତ୍ୱ ଦିଆଯିବ।





More Stories
ଆଜିଠୁ କଟକ ବାଲିଯାତ୍ରା,ଉଦ୍ଘାଟନ କରିବେ ରାଷ୍ଟ୍ରପତି…..
ବିଦ୍ୟାଭାରତୀ ଚାକିରିରୁ ନିଲମ୍ବିତ…..
ଚାଷ ଜମି ବୁଲିଲେ, ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ…..