ରିପୋର୍ଟ କାର୍ଡ / ପୁରୀ
ଆସନ୍ତାକାଲି ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ | ମହାଳୟା ଅମାବାସ୍ୟାରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବା ନେଇ ସୂଚନା ମିଳିଛି । ଆସନ୍ତାକାଲି ଭକ୍ତଙ୍କ ଅତ୍ୟଧିକ ଗହଳି ହେବା ସମ୍ଭାବନାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏଭଳି ନିଷ୍ପତି ନେଇଛନ୍ତି। କେବଳ ଆସନ୍ତାକାଲି ନୁହେଁ, ଚଳିତମାସ ୮ଦିନ ଶ୍ରୀମନ୍ଦିର ବନ୍ଦ ରହିବ। ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତି ଅନୁଯାୟୀ, ପ୍ରତି ରବିବାର ସମେତ ବିଶେଷ ପର୍ବପର୍ବାଣି ଦିନମାନଙ୍କରେ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ଚଳିତମାସରେ ୫ଟି ରବିବାର ସମେତ ଆସନ୍ତକାଲି ମହାଳୟା ଅମାବାସ୍ୟା, ଆସନ୍ତା ୧୫ତାରିଖ ଦଶହରା ଓ ୨୦ତାରିଖ ଦିନ ଗଜଲକ୍ଷ୍ମୀ ପୂଜା ନେଇ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ