ରିପୋର୍ଟ କାର୍ଡ / ଭୁବନେଶ୍ୱର
ସୋମବାର ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଓ୍ୱେଲ ମାର୍କଡ ଲୋ ପ୍ରେସର କ୍ଷେତ୍ର ଭାବେ ଉତ୍ତର-ପଶ୍ଚିମ ତଥା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ-ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଆଗାମୀ ୨-୩ ଦିନ ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୬ ଜିଲ୍ଲା ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଏଥିସହ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବି ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲିଠୁ ବର୍ଷା ପରିମାଣ ହ୍ରାସ ପାଇବ । ୧୧ ତାରିଖ ବେଳକୁ ଆଉ ଗୋଟିଏ ଲଘୁଚାପ ସମ୍ଭାବନା ରହିଛି । ଲଘୁଚାପ ବର୍ଷା ସତ୍ତ୍ୱେ ଜୁନରୁ ବର୍ତ୍ତମାନ ସୁଦ୍ଧା ୨୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।






More Stories
ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କବାଦୀ…..
ଅବହେଳା କଲେ ନାମଲେଖା ବନ୍ଦ…..
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..