ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜେଲରେ ଥିବା ଆତ୍ମଘୋଷିତ ଆଧ୍ୟାତ୍ମିକ ଗୁରୁ ଆଶାରାମ ବାପୁ କରୋନା ସଂକ୍ରମିତ । ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଯୋଧପୁର ଏମଡିଏମ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଛି । ତାଙ୍କ ସହ ଜେଲର ୧୨ ଜଣ କଏଦୀ ବି କରୋନା ସଂକ୍ରମିତ ହୋଇଛନ୍ତି । ପୂର୍ବରୁ ଗତ ଫେବ୍ରୁଆରୀ ମାସରେ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଏମଡିଏମ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଦୁଷ୍କର୍ମ ମାମଲାରେ ଏବେ ଆଶାରାମ ବାପୁ ଯୋଧପୁର ଜେଲରେ ସଜା କାଟୁଛନ୍ତି । ୨୦୧୩ ମସିହାରେ ଆଶ୍ରମରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଆଶାରାମ ବାପୁଙ୍କୁ ଆଜୀବନ ଜେଲଦଣ୍ଡାଦେଶ ହୋଇଛି ।






More Stories
ବୀମା ଟଙ୍କା ପାଇଁ ବାପାକୁ ସାପ ଚୋଟ…..
ଇମ୍ରାନ୍ ଖାନ୍ ଏବଂ ବୁଶରା ବିବିଙ୍କୁ ଜେଲ୍ ଦଣ୍ଡ……
ଆମେରିକା ପ୍ରତିରକ୍ଷା ସଚିବଙ୍କ କଡ଼ା ଚେତାବନୀ…..