ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଜସ୍ଥାନର ଯୋଧପୁର ଜେଲରେ ଆଜୀବନ ସଜା କାଟୁଥିବା ଦୁଷ୍କର୍ମକାରୀ ଆଶାରାମ ବାପୁଙ୍କୁ ଜାମିନ ମିଳିଛି | ସ୍ଵାସ୍ଥ୍ୟଗତ ସମସ୍ୟା ପାଇଁ ଚିକିତ୍ସା ଆଧାରରେ ଆଜି ଆଶାରାମ ବାପୁଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ | ତେବେ ଏହି ଅବଧି ମଧ୍ୟରେ କଡା ସର୍ତ୍ତାବଳୀ ମଧ୍ୟ ଲାଗୁ ରହିବ। ଅନ୍ତରୀଣ ଜାମିନ ସମୟରେ ଆଶାରାମ ବାପୁ ତାଙ୍କ ଅନୁଗାମୀମାନଙ୍କୁ ଭେଟି ପାରିବେ ନାହିଁ। ସୁପ୍ରିମକୋର୍ଟ ତାଙ୍କୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଏଠାରେ ସୂଚନାଯୋଗ୍ୟ, ୧୭ ଦିନିଆ ପାରୋଲ ଶେଷ ହେବାପରେ ଆଶାରାମ ବାପୁ ୬ ଦିନ ପୂର୍ବେ ରାଜସ୍ଥାନର ଯୋଦ୍ଧପୁର ଜେଲକୁ ଫେରିଥିଲେ। ସ୍ବାସ୍ଥ୍ୟଗତ ସମସ୍ୟା ଭିତ୍ତିରେ ଏବେ ତାଙ୍କୁ ଅନ୍ତରୀଣ ଜାମିନ୍ ମିଳିଛି ଉଲ୍ଲେଖଯୋଗ୍ୟ, ୨୦୧୩ ମସିହାରେ ଆଶାରାମ ବାପୁ ଯୋଧପୁରର ଆଶ୍ରମରେ ଜଣେ ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ମାମଲାର ଯାଞ୍ଚ କରିବା ପରେ ଯୋଦ୍ଧପୁର ପୁଲିସ ଅଗଷ୍ଟ ୩୧ରେ ଆଶାରାମଙ୍କୁ ଗିରଫ କରି ସେପ୍ଟେମ୍ବର ୧ରେ ଯୋଦ୍ଧପୁରକୁ ଆଣିଥିଲା। ଏହାପରେ ତାଙ୍କୁ କେନ୍ଦ୍ରୀୟ ଜେଲ୍ରେ ରଖାଯାଇଥିଲା। ସେବେଠୋରୁ ସେ ଆଜୀବନ କାରାଦଣ୍ଡ ଭୋଗୁଛନ୍ତି।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..